Posted inଜାତୀୟ

ପଶ୍ଚିମବଙ୍ଗ ହିଂସା ଘଟଣାକୁ ନେଇ ମମତାଙ୍କ ଗିରଫ ଦାବି କଲା ଭାଜପା

କୋଲକାତା, ୧୭।୬: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ସମୟରେ ଘଟିଥିବା ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଗିରଫ କରିବାକୁ ଭାଜପା ଦାବି କରିଛି। ଭାଜପା ନେତା ପ୍ରିୟଙ୍କା ତିବ୍ରେୱାଲ ଶନିବାର ଅଭିଯୋଗ କରିଛନ୍ତି, ମମତା ବାନାର୍ଜୀଙ୍କୁ ହିଂସା ଘଟାଇବା ପାଇଁ ତୁରନ୍ତ ଗିରଫ କରାଯିବା ଉଚିତ୍‌। ଗତ ନିର୍ବାଚନ ସମୟରେ ଆମେ ମଧ୍ୟ ସମାନ ଘଟଣା ଦେଖିଥିଲୁ। ସେ ହିଂସା ସୃଷ୍ଟି କରିଥିଲେ ଏବଂ ଲୋକଙ୍କୁ ଉତ୍ସାହିତ କରିଥିଲେ।

ଏହାପୂର୍ବରୁ ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ନାମାଙ୍କନ ସମୟରେ ହୋଇଥିବା ନିର୍ବାଚନରେ ଅପବ୍ୟବହାର ତଥା ହିଂସାକୁ ଦେଶର ଗଣତନ୍ତ୍ରର ଏକ କଳା ଅଧ୍ୟାୟ ବୋଲି କହି ଭାଜପା କହିଛି ଯେ, ଏସବୁ ସତ୍ତ୍ୱେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ମନୋଭାବ ଉଦାସୀନ ରହିଛି, ଯାହା ଅତ୍ୟନ୍ତ ଚିନ୍ତାଜନକ। ଦଳର ଜାତୀୟ ମୁଖପାତ୍ର ସୁଦ୍ଧାଂଶୁ ତ୍ରିବେଦୀ କହିଛନ୍ତି ଯେ ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନନରେ ନାମାଙ୍କନ ବିଭ୍ରାଟ ତଥା ନିର୍ବାଚନ ହିଂସା ସମୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଏବଂ ପୋଲିସ ପ୍ରଶାସନର ଆଚରଣ ଦେଶର ଗଣତାନ୍ତ୍ରିକ ତଥା ନିର୍ବାଚନ ଇତିହାସର ଏକ ଅନ୍ଧକାର ଅଧ୍ୟାୟ।ସେ କହିଛନ୍ତି,ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ହିଂସା ଘଟୁଛି ଏବଂ ଭାଜପାକର୍ମୀଙ୍କୁ ଅତି ନିର୍ମମ ଭାବେ ଆକ୍ରମଣ କରାଯାଉଛି। ଏସବୁ ସତ୍ତ୍ୱେ ରାଜ୍ୟ ନିର୍ବାଚନ ଆୟୋଗ ଏହି ଘଟଣା ପ୍ରତି ଉଦାସୀନ, ଯାହା ଅତ୍ୟନ୍ତ ଚିନ୍ତାଜନକ।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?