Posted inଜାତୀୟ

ପଶ୍ଚିମବଙ୍ଗ ସରକାର, ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା

ନୂଆଦିଲ୍ଲୀ, ୨୦।୬: ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ହିଂସା ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ମମତା ସରକାର ଏବଂ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଏକ ବଡ଼ ଝଟକା ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କଲିକତା ହାଇକୋର୍ଟ ୪୮ ଘଣ୍ଟା ମଧ୍ୟରେ ପ୍ରତ୍ୟେକ ଜିଲାରେ କେନ୍ଦ୍ରୀୟ ସୁରକ୍ଷା ବାହିନୀ ନିୟୋଜିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ, ଯାହା ବିରୋଧରେ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିଲା।

ବେଙ୍ଗାଲୁରୁ ସରକାରଙ୍କ ଏକ ଓକିଲ ସର୍ବୋଚ୍ଚ ନ୍ୟାୟାଳୟଙ୍କୁ କହିଛନ୍ତି, ଜୁନ ୧୩ରେ ରାଜ୍ୟ ନିର୍ବାଚନ ଆୟୋଗ ରାଜ୍ୟ ସରକାରଙ୍କ ସହ ସୁରକ୍ଷା ସମ୍ପର୍କରେ ଏକ ମୂଲ୍ୟାଙ୍କନ କରିଥିଲେ। କିନ୍ତୁ ଜୁନ ୧୫ରେ ହାଇକୋର୍ଟ ୪୮ଘଣ୍ଟା ମଧ୍ୟରେ ସୁରକ୍ଷା ବାହିନୀ ନିୟୋଜିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସୁପ୍ରିମକୋର୍ଟ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପଚାରିବାରୁ ରାଜ୍ୟ ସରକାରଙ୍କ ଓକିଲ କହିଛନ୍ତି, ଜୁଲାଇ ୮ରେ ନିର୍ବାଚନ ହେବ। ତେବେ ବୁଧବାର ଅର୍ଥାତ୍‌ ଜୁନ ୨୦ ନାମାଙ୍କନ ପ୍ରତ୍ୟାହାର ପାଇଁ ଶେଷ ତାରିଖ, ସେଠାରେ ୧୮୯ ସମ୍ବେଦନଶୀଳ ବୁଥ ଅଛି । ସୁରକ୍ଷା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ।

ସୁପ୍ରିମକୋର୍ଟ କହିଛନ୍ତି, ୨୦୧୩ ଏବଂ ୨୦୧୮ ନିର୍ବାଚନ ହିଂସାର ପୁରୁଣା ଇତିହାସ ଥିବାରୁ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ହିଂସା ପରିବେଶରେ ନିର୍ବାଚନ କରାଯାଇପାରିବ ନାହିଁ। ନିର୍ବାଚନ ନିରପେକ୍ଷ ଏବଂ ମୁକ୍ତ ହେବା ଉଚିତ୍‌। ଯଦି ଲୋକଙ୍କର ନାମାଙ୍କନପତ୍ର ଦାଖଲ କରିବାର ସ୍ବାଧୀନତା ନାହିଁ, ସେମାନଙ୍କୁ ହତ୍ୟା କରାଯାଉଛି, ତେବେ ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ପ୍ରଶ୍ନ ଉଠୁନାହିଁ।

ସୁପ୍ରିମକୋର୍ଟ କହିଛନ୍ତି, ଆପଣଙ୍କ ନିଜ ସୂଚନା ଅନୁଯାୟୀ ଆପଣଙ୍କ ପାଖରେ ପୋଲିସ ଫୋର୍ସର ଅଭାବ ରହିଛି ଏବଂ ଆପଣ ଅନ୍ୟ ରାଜ୍ୟରୁ ପୋଲିସ ଫୋର୍ସ ମଗାଇବା କଥା କହୁଛନ୍ତି। ଏହି କାରଣରୁ ହାଇକୋର୍ଟ ଅନ୍ୟ ରାଜ୍ୟରୁ ପୋଲିସ ମଗାଇବା ପରିବର୍ତ୍ତେ କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସ ମୁତୟନ କରିବାକୁ କହିଛନ୍ତି। ଏହା ଉପରେ ପଶ୍ଚିମବଙ୍ଗ ସରକାରଙ୍କ ଓକିଲ କହିଛନ୍ତି ଯେ ଏହା ନୁହେଁ, ଆମେ ପୋଲିସ ଫୋର୍ସର ବ୍ୟବସ୍ଥା କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri