Posted inଜାତୀୟ

‘ସରକାରୀ ଟଙ୍କା ନଷ୍ଟ କରି ମୋଦି ହେଉଛନ୍ତି ନେତା’, ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ ମମତା

କୋଲକାତା,୨୬।୬: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ବେଳକୁ ବେଳ ରୋମାଞ୍ଚକର ହେବାରେ ଲାଗିଛି। ପ୍ରଥମଥର ଲାଗି ପଞ୍ଚାୟତ ନିର୍ବାଚନର ପ୍ରଚାରରେ ବାହାରିଥିବା ତ୍ରୁଣ ମୂଳ କଂଗ୍ରେସ(ଟିଏମସି) ନେତା ତଥା ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି।କୁଚବିହାରରେ ଏକ ଜନସଭାକୁ ସମ୍ବୋଧିତ କରି ମମତା କହିଛନ୍ତି, ସରକାରଙ୍କ ଟଙ୍କା ନଷ୍ଟ କରି ମୋଦି ଆମେରିକାକୁ ସନ୍ତୁଷ୍ଟ କରିବାକୁ ଯାଇଥିଲେ।
ମମତା ବାନାର୍ଜୀ ବିଏସଏଫ ଗୁଳିରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ ମଞ୍ଚ ଉପରକୁ ଡାକିଥିଲେ। କହିଥିଲେ ମୋ ପାଖରେ ଖବର ରହିଛି କି ବର୍ଡରରେ ଏମାନେ ଭୟ ସୃଷ୍ଟି କରିବେ। ଏମିତି ହେଲେ ଅଭିଯୋଗ କରନ୍ତୁ। ବାସହରାଙ୍କ ପାଇଁ ଆବାସ ଯୋଜନାରେ କେନ୍ଦ୍ର ସରକାର ଟଙ୍କା ନ ଦେବାକୁ ନେଇ ସେ ଅଭିଯୋଗ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ର ସରକାର ୧୦୦ଦିନିଆ ଘର କାମ ପାଇଁ ଟଙ୍କା ଦେଉନାହାଁନ୍ତି। ହେଲେ ଏ ଟଙ୍କା ଆମେ ନେବୁ। ଆସନ୍ତା ଲୋକସଭା ନିର୍ବାଚନରେ ସରକାର ପରିବର୍ତ୍ତନ ହେଲେ ଟଙ୍କା ଆଣିବୁ। ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତକୁ ଟାର୍ଗେଟ କରି ସେ କହିଛନ୍ତି ମୋଦି ବାବୁ ଆମେରିକା ଯାଇ ଟଙ୍କା ନଷ୍ଟ କରୁଛନ୍ତି। ବେଳେବେଳେ ସେମାନେ ରୁଷିଆକୁ ଯାଆନ୍ତି, ବେଳେବେଳେ ଆଉ କେଉଁଆଡେ ଯାଆନ୍ତି। ଆମ ଲୋକମାନେ ଏଠାରେ ଟଙ୍କା ପାଉନାହାଁନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?