ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ପଶ୍ଚିମବଙ୍ଗ ପୋଲିସ ଅଇଁଠାପାଲି ଥାନା ପୋଲିସ ସହାୟତାରେ ତଦନ୍ତ କରି ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ କରିଛି। ଏପରିକି ପୋଲିସ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି।


