Posted inଜାତୀୟ

ପଶ୍ଚିମବଙ୍ଗ ଏସ୍‌ଆଇଆର୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୩ା୪(ପି.ଟି.): ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ବିରୋଧ କରି ଦାଏର ଅନେକ ପିଟିଶନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀଙ୍କ ଖଣ୍ଡପୀଠ ଉକ୍ତ ପିଟିଶନଗୁଡ଼ିକର ଶୁଣାଣି କରିବେ ବୋଲି ୧୩ ତାରିଖ ପାଇଁ ଥିବା ସର୍ବୋଚ୍ଚ ଅଦାଲତଙ୍କ କାର୍ଯ୍ୟସୂଚୀରୁ ଜଣାପଡ଼ିଛି। ଏପ୍ରିଲ ୨୩ ଓ ୨୯ରେ ୨ପର୍ଯ୍ୟାୟରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଏହାର ମାତ୍ର ଅଳ୍ପ କିଛିଦିନ ପୂର୍ବରୁ ନିର୍ବାଚନ କମିଶନ ଭୋଟର ତାଲିକାକୁ ରଦ୍ଦ କରି ଚୂଡ଼ାନ୍ତ ତାଲିକା ପ୍ରକାଶ କରିବାକୁ ଚ୍ୟାଲେଞ୍ଜ କରାଯାଇଥିଲା। ଏଥିସହିତ ଅନ୍ୟ ପିଟିଶନ୍‌ର ଶୁଣାଣି ୧୩ରେ କରିବା ପାଇଁ ଗତ ୧୦ ତାରିଖରେ ଶୀର୍ଷ ଅଦାଲତ ରାଜି ହୋଇଥିଲେ। ପଶ୍ଚିମବଙ୍ଗର ମାଲଦା ଜିଲାରେ ଏସ୍‌ଆଇଆର୍‌ କାର୍ଯ୍ୟରେ ନିୟୋଜିତ ଥିବା ୭ ଜଣ ନ୍ୟାୟିକ ଅଫିସରଙ୍କୁ ଘେରାଉ କରାଯିବା ଘଟଣାକୁ ସୁପ୍ରିମକୋର୍ଟ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଥିବାବେଳେ ଏହାର ଶୁଣାଣି ମଧ୍ୟ ସୋମବାର ହେବାକୁ ଯାଉଛି। ନ୍ୟାୟିକ ଅଫିସରଙ୍କୁ ଘେରାଉ ଘଟଣାର ତଦନ୍ତ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) କରିବା ପାଇଁ ଗତ ୬ ତାରିଖରେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri