Posted inଜାତୀୟ

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଦିନ ଶୁଭେନ୍ଦୁଙ୍କ ନାମ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛନ୍ତି।

ଅମିତ ଶାହ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଭାଜପା ବିଧାୟକମାନେ ସର୍ବସମ୍ମତି କ୍ରମେ ଶୁଭେନ୍ଦୁଙ୍କୁ ନିଜର ନେତା ଭାବେ ଚୟନ କରିଛନ୍ତି।

ଶୁଭେନ୍ଦୁ ଅଧିକାରୀ ଚଳିତ ବିଧାନସଭା ନିର୍ବାଚନରେ ଦୁଇଟି ଆସନରୁ ବିଜୟୀ ହୋଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ସେ ହାଇପ୍ରୋଫାଇଲ ଭବାନୀପୁର ଆସନରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପରାସ୍ତ କରିଛନ୍ତି। ଏହା ସହିତ ସେ ନନ୍ଦୀଗ୍ରାମ ଆସନରୁ ମଧ୍ୟ ବିଜୟ ବାନା ଉଡ଼ାଇଛନ୍ତି। ବର୍ତ୍ତମାନ ସେ ପଶ୍ଚିମବଙ୍ଗର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।

ମୁଖ୍ୟମନ୍ତ୍ରୀ ଘୋଷଣା ହେବା ପରେ ଏବେ ଶୁଭେନ୍ଦୁଙ୍କ ସମ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆଶ୍ଚର୍ଯ୍ୟର କଥା ହେଉଛି ଯେ, ବଙ୍ଗଳାର ଏହି ହେଭିୱେଟ ନେତାଙ୍କ ପାଖରେ ନା ଅଛି କାର୍‌ ନା ଅଛି ସୁନା।

୨୦୨୬ ନିର୍ବାଚନୀ ଶପଥପତ୍ର ଅନୁଯାୟୀ, ତାଙ୍କ ପାଖରେ ମାତ୍ର ୧୨,୦୦୦ ଟଙ୍କା ନଗଦ ଅଛି। ତାଙ୍କର ମୋଟ ସମ୍ପତ୍ତିର ମୂଲ୍ୟ ୮୫.୮୭ ଲକ୍ଷ ଟଙ୍କା ବୋଲି ଘୋଷଣା କରାଯାଇଛି। ଶୁଭେନ୍ଦୁଙ୍କ ନାମରେ କୌଣସି ପ୍ରକାରର ଋଣ ବା କରଜ ନାହିଁ। ଆସୋସିଏଶନ ଫର୍‌ ଡେମୋକ୍ରାଟିକ ରିଫର୍ମସ(ADR)ର ରିପୋର୍ଟ ଅନୁଯାୟୀ, ଶୁଭେନ୍ଦୁ ଅଧିକାରୀ ନିଜର ସମ୍ପତ୍ତି ୮୫,୮୭,୬୦୦ ଟଙ୍କା ଦର୍ଶାଇଛନ୍ତି।

୨୦୨୧ ମସିହା ନିର୍ବାଚନ ସମୟରେ ଶୁଭେନ୍ଦୁଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ପ୍ରାୟ ୧.୧୦ କୋଟି ଟଙ୍କା ଥିଲା। ସେତେବେଳେ ତାଙ୍କର ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରେ ପ୍ରାୟ ୫୦ ଲକ୍ଷ ଟଙ୍କା ଜମା ଥିଲା। କିନ୍ତୁ ୨୦୨୬ ସୁଦ୍ଧା ତାଙ୍କର ସମ୍ପତ୍ତି ପୂର୍ବ ଅପେକ୍ଷା କମିଥିବା ଦେଖାଯାଇଛି।

ଭାଜପା ଶାସିତ ପଶ୍ଚିମବଙ୍ଗର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ସୁଭେନ୍ଦୁ ଅଧିକାରୀ କିପରି ଶାସନ କରୁଛନ୍ତି, ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri