Posted inଜାତୀୟ

ପଶ୍ଚିମବଙ୍ଗ: ମୁଖ୍ୟମନ୍ତ୍ରୀ-ରାଜ୍ୟପାଳଙ୍କ ମଧ୍ୟରେ ବିବାଦ ବଢ଼ିଲା

କୋଲକାତା, ୧୧।୧୦: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ରାଜ୍ୟପାଳ ଜଗଦୀପ୍‌ ଧନଖରଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ରାଜ୍ୟରେ ଆଇନ ବ୍ୟବସ୍ଥାର ଭୟାବହ ସ୍ଥିତି ନେଇ ରାଜ୍ୟପାଳ ମମତାଙ୍କୁ ସୂଚନା ଦେବାକୁ କହିଥିଲେ। ତେବେ ସଚିବାଳୟ ପକ୍ଷରୁ ଏସମ୍ପର୍କରେ କୌଣସି ତଥ୍ୟ ପ୍ରଦାନ କରା ନ ଯିବାରୁ ରାଜ୍ୟପାଳ ରାଜ୍ୟ ସରକାରଙ୍କୁ ଦାୟିତ୍ୱହୀନ ବୋଲି କହିଛନ୍ତି। ଶନିବାର ଅପରାହ୍ନ ୨ଟା ସୁଦ୍ଧା ରାଜ୍ୟର ଆଇନ ବ୍ୟବସ୍ଥା ସ୍ଥିତି ସମ୍ପର୍କରେ ଜଣାଇବାକୁ ମୁଖ୍ୟ ସଚିବଙ୍କୁ ରାଜ୍ୟପାଳଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଥିଲା। ତେବେ ସନ୍ଧ୍ୟା ହେବା ପର୍ଯ୍ୟନ୍ତ କୌଣସି ସୂଚନା ରାଜ୍ୟପାଳଙ୍କ ପାଖକୁ ପଠାଯାଇ ନ ଥିବା କୁହାଯାଉଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ କୌଣସି ଉତ୍ତର ନ ମିଳିବାରୁ ରାଜ୍ୟପାଳ ମମତା ସରକାରଙ୍କ ପ୍ରତି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏବେ ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ଏହି ଆପ୍‌ ବ୍ୟବହାର କରିବାକୁ ଶିକ୍ଷକମାନଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ପ୍ରଶସ୍ତ’ (PRASHAST) ଆପ୍‌ ମାଧ୍ୟମରେ ସ୍କୁଲ ପିଲାମାନଙ୍କଠାରେ ଶିକ୍ଷଣ ଅକ୍ଷମତା ଏବଂ ଦିବ୍ୟାଙ୍ଗତାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ହିଁ ଚିହ୍ନଟ…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri