Posted inଜାତୀୟ

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣା: ୫ ମୃତ, ମୃତ୍ୟୁସଂଖ୍ୟା ବୃଦ୍ଧି ଆଶଙ୍କା

କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଛନ୍ତି। ଏହି ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। କାଞ୍ଚନଜଙ୍ଗା ଏକ୍ସପ୍ରେସ କୋଲକାତାରୁ ସିଆଲଦା ଯାଉଥିଲା। ଏତିକି ବେଳେ ଦ୍ରୁତ ଗତିରେ ଆସି ମାଲବାହୀ ଟ୍ରେନ୍‌ ଟ୍ରାକ୍‌ରେ ଠିଆ ହୋଇଥିବା ଏକ୍ସପ୍ରେସକୁ ପଛପଟୁ ଧକ୍କା ଦେଇଥିଲା। ଏଥିରେ ଦୁଇଟି ପାସେଞ୍ଜର ଓ ଗୋଟିଏ ପାର୍ସଲ ବଗି ଭୟଙ୍କର କ୍ଷତିଗ୍ରସ୍ତ ହୋଇଛି।

ଘଟଣାସ୍ଥଳରେ ଏନ୍‌ଡିଆର୍‌ଏଫ୍‌ ଏବଂ ୧୫ଟି ଆମ୍ବୁଲାନ୍ସ ପହଞ୍ଚିଛି। ଦୁର୍ଘଟଣା ପରେ ଏକ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ରେଳ ମନ୍ତ୍ରଣାଳୟ ଦୁର୍ଘଟଣା ଉପରେ ନିରନ୍ତର ନଜର ରଖିଛି। ମମତା ବାନାର୍ଜୀ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି ଦୁର୍ଘଟଣା ହେତୁ ଅଗରତାଲା-କୋଲକାତା ରେଳ ମାର୍ଗ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?