Posted inଜାତୀୟ

ସରକାରୀ ସମ୍ପତ୍ତି ବିକ୍ରି କରିବ ପଶ୍ଚିମବଙ୍ଗ ସରକାର, ଜାଣନ୍ତୁ କ’ଣ ରହିଛି ମମତା ବାନାର୍ଜୀଙ୍କ ଯୋଜନା?

କୋଲକାତା,୨୧।୬: ଲୋକ ସଭା ନିର୍ବାଚନରେ ବିଜୟ ସହ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ନୂଆ ଉଦ୍ୟୋଗର ବିକାଶ ପାଇଁ ନୂଆ ଉପାୟ ବାହାର କରିଛନ୍ତି। ସରକାର ବନ୍ଦ ପଡ଼ିଥିବା କମ୍ପାନୀଗୁଡ଼ିକ ସହ ଚାଲୁଥିବା କମ୍ପାନୀର ଖାଲି ତଥା ବ୍ୟବହାର ହେଉ ନ ଥିବା ସମ୍ପତ୍ତିକୁ ବିକ୍ରି କରିବାକୁ ଆଗକୁ ଆସିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ସଚିବ, ଜିଲାପାଳ ଏବଂ କୋଲକାତା ନଗରନିଗମର ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସିଂ ଯୋଗେ ଆଲୋଚନା କରି ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ସରକାର ୨୦୨୬ ବିଧାନସଭା ନିର୍ବାଚନ ପୂର୍ବରୁ ଯଥାସମ୍ଭବ ରାଜସ୍ବ ଆଦାୟ କରିବାକୁ ଚାହୁଁଥିବା କୁହାଯାଉଛି।

ପୂର୍ବରୁ ପଶ୍ଚିମବଙ୍ଗ ସରକାର ବିଭାଗଗୁଡ଼ିକୁ ନିଜର ଖାଲି ପଡ଼ିଥିବା ସମ୍ପତ୍ତିକୁ ନିଲାମ କରିବାକୁ ଅନୁମତି ଦେଇଥିଲେ। ଏବେ ସରକାର ଗୋଟିଏ ପାଦ ଆଗକୁ ବଢ଼ାଇଛନ୍ତି। ବ୍ୟବହାର ହେଉ ନ ଥିବା ସରକାରୀ ଭବନଗୁଡ଼ିକୁ ବିକ୍ରି କରିବାକୁ ନିଷ୍ପତ୍ତି ନେଇଛନ୍ତି।

ତେବେ ରାଜ୍ୟରେ ୧୦ ବର୍ଷ ମଧ୍ୟରେ ବେରୋଜଗାର ଯୁବକମାନଙ୍କ ପାଇଁ ପ୍ରାୟ ୮୦ କର୍ମତୀର୍ଥ ଶପିଂ କମ୍ଲେକ୍ସ କରାଯାଇଥିଲା। ହେଲେ ସେମାନଙ୍କଠାରୁ ରୁଚି ଅଭାବରୁ କୌଣସି ବି ଚାଲୁ ହୋଇପାରିନାହିଁ। ଏହାଛଡ଼ା ପ୍ରତି ବ୍ଲକରେ କୃଷକ ମଣ୍ଡିଗୁଡ଼ିକ ମଧ୍ୟ ଖାଲିପଡ଼ିଥିବାରୁ ସେଗୁଡ଼ିକୁ ବିକ୍ରି କରାଯାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri