Posted inଜାତୀୟ

ପଶ୍ଚିମବଙ୍ଗ ବିଜୟ ଲକ୍ଷ୍ୟ: ରାଜନୈତିକ ଦଳ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଜାରି

କୋଲକାତା,୧୩।୧୨: ପଶ୍ଚିମବଙ୍ଗ ରାଜନୀତିରେ ଗତ ୫୦ ବର୍ଷ ଧରି ରାଜନୈତିକ ହିଂସା ଜଡ଼ିତ ହୋଇ ରହିଛି। ଏହି ଧାରା ଏବେ ମଧ୍ୟ ଜାରି ରହିଛି। ଏହାଦ୍ୱାରା ରାଜ୍ୟର ସାଧାରଣ ଲୋକଙ୍କର ଅଧିକ କ୍ଷତି ହେଉଛି। ଗତ ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ଯୋଗୁ ଏବେ ରାଜ୍ୟର ରାଜନୈତିକ ସ୍ଥିତିରେ ଉଷ୍ଣତା ବୃଦ୍ଧି ପାଇଛି। ଏହାକୁ ନେଇ କେନ୍ଦ୍ର ସରକାର ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ମୁହାଁମୁହିଁ ଅବସ୍ଥା ସୃଷ୍ଟି ହୋଇଛି। କେନ୍ଦ୍ର ସରକାର ୩ ଆଇପିଏସ୍‌ ଅଧିକାରୀଙ୍କୁ ଡେପୁଟେଶନରେ ପଠାଇବାକୁ ନେଇ ମମତା କ୍ଷୁବ୍ଧ ହୋଇଛନ୍ତି। ରାଜ୍ୟ ସରକାରଙ୍କ ବିନା ପରାମର୍ଶରେ କେନ୍ଦ୍ରର ଏଭଳି ପଦକ୍ଷେପକୁ ସେ ନିନ୍ଦା କରିଛନ୍ତି। ରାଜ୍ୟରେ ହେବାକୁଥିବା ବିଧାନସଭା ନିର୍ବାଚନ ବିଜୟ ଲକ୍ଷ୍ୟ ନେଇ ଭାଜପା ପକ୍ଷରୁ ପଶ୍ଚିମବଙ୍ଗ ମିଶନ ଯୋଜନା ପ୍ରସ୍ତୁତ କରାଯାଇଛି। ସେହିପରି ଶାସକ ତୃଣମୂଳ କଂଗ୍ରେସ ମଧ୍ୟ ରାଜ୍ୟରେ ଭାଜପାର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ପାଲଟିଛି। ପଶ୍ଚିମବଙ୍ଗ ବିଜୟ ଲକ୍ଷ୍ୟ ଯୋଗୁ ଦୁଇ ରାଜନୈତିକ ଦଳ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଜାରି ରହିଛି। ରାଜ୍ୟରେ ୧୯୭୦ଠାରୁ ଏଭଳି ରାଜନୈତିକ ହିଂସା ଘଟୁଥିବାବେଳେ ଏହାଯୋଗୁ ସାଧାରଣ ଲୋକେ ଅଧିକ କ୍ଷତିଗ୍ରସ୍ତ ହେଉଛନ୍ତି। ୧୯୭୦ରେ ବର୍ଦ୍ଧମାନରେ ଦୁଇ ଭାଇଙ୍କୁ ହତ୍ୟା କରାଯାଇଥିଲା। ସେମାନେ କଂଗ୍ରେସକର୍ମୀ ଥିଲେ। ବାମଦଳର ୩୦ ବର୍ଷ ଶାସନ ସମୟରେ ତୃଣମୂଳର ବହୁ କର୍ମୀଙ୍କୁ ହତ୍ୟା କରାଯାଇଥିଲା। ୧୯୯୩ ଜୁଲାଇ ୨୧ରେ କୋଲକାତାରେ ପ୍ରଦର୍ଶନ ସମୟରେ ପୋଲିସ ଫାୟାରିଂରେ ୧୩ ଜଣ କଂଗ୍ରେସକର୍ମୀଙ୍କ ମୃତ୍ୟୁ ଘଟିଥିଲା। ଗତ ୨ବର୍ଷ ମଧ୍ୟରେ ରାଜ୍ୟରେ ରାଜନୈତିକ ହିଂସାରେ ୧୩୦ ଜଣ ଭାଜପାକର୍ମୀଙ୍କ ମୃତ୍ୟୁ ଘଟି ସାରିଛି। ଏବେ ଏହାକୁ ନେଇ ରାଜ୍ୟରେ ଆଇନ ଶୃଙ୍ଖଳା ପ୍ରତି ସଙ୍କଟ ସୃଷ୍ଟି ହେବାରେ ଲାଗିଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri