Posted inଜାତୀୟ

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ: ବୁଥ୍‌ କ୍ୟାପଚରିଂ ଅଭିଯୋଗରେ ଭାଜପା-ଟିଏମସି ମୁହାଁମୁହିଁ

କୋଲକତା,୯।୭: ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ହିଂସାକୁ ନେଇ ଭାଜପା ଏବଂ ଟିଏମସି ମୁହାଁମୁହିଁ ହୋଇଛନ୍ତି। ହିସଂସାକୁ ନେଇ ପରସ୍ପର ମଧ୍ୟରେ ବୟାନ ବାଜିରେ କାଦୁଅ ଫୋପଡିବା ଘଟଣା ଜାରି ରହିଛି। ଭାଜପା ନିର୍ବାଚନରେ ବୁଥ୍‌ କ୍ୟାପଚର ହୋଇଛି ବୋଲି ମିଥ୍ୟା ଖବର ପ୍ରଚାର କରୁଛି ବୋଲି ତୃଣମୂଳ କଂଗ୍ରେସ ଅଭିଯୋଗ କରିଛି। ଶନିବାର ପଞ୍ଚାୟତ ନିର୍ବାଚନରେ ପଶ୍ଚିମବଙ୍ଗର ସାତୋଟି ଜିଲାରେ ହିଂସାକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ, ଗୁଳି ବିନିମୟ ପରି ଘଟଣାରେ ଦିନଯାକ ରାଜ୍ୟରେ ଉତ୍ତେଜନା ଏଲାଗି ରହିଥିଲା। ଏପରି ପରିସ୍ଥିତିରେ ରାଜନୈତିିକ ଦଳମାନେ ଘଟଣାର ତଦନ୍ତ ନକରି ପରସ୍ପରକୁ ଦୋଷ ଦେବାରେ ବ୍ୟସ୍ତ ରହିଥିଲେ।

ଭାଜପାର ଆଇଟି ସେଲର ମୁଖ୍ୟ ଅମିତ ମାଲଭିଆ ମମତା ସରକାରଙ୍କୁ ଟାର୍ଗେଟ କରି ଟ୍ବିଟ୍‌ କରିଛନ୍ତି। ସେ କହିଛନ୍ତି, ଡାଏମଣ୍ଡ ହାର୍ବର ବୁଥ୍‌ରେ ବାଲାଟ ବକ୍ସରେ ଟିଏମସି ଏକ ଷ୍ଟାମ୍ପ ଲଗାଇଛିି। ଏନେଇ ସେ ନିଜ ଟ୍ବିିଟର ହ୍ୟାଣ୍ଡେଲରେ ଏକ ଭିଡିଓ ସେୟାର କରିଛନ୍ତି। ସେଥିରେ କହିଛନ୍ତି, ଭିଡିଓରେ ଡାଇମଣ୍ଡ ହାର୍ବରର ବୁଥ୍‌ ୫ରୁ ଗ୍ରାମବାସୀ ବାଲାଟ୍‌ ବକ୍ସରୁ ଷ୍ଟାମ୍ପ ପାଇଛନ୍ତି।

ମାଲଭିଆ ଆହୁରି କହିଛନ୍ତି ଯେ, ମତଦାନ ପରେ ବିଳମ୍ବିତ ରାତି ଯାଏଁ ଟିଏମସି ବୁଥକୁ ଅକ୍ତିଆର କରି ରଖିଥିଲା। ସେହି ସ୍ଥାନରେ କୌଣସି ସିସିଟିଭି କ୍ୟାମେରା କିମ୍ବା ସୁରକ୍ଷା କର୍ମୀ ନ ଥିଲେ।

ତେବେ ଏନେଇ ଟିଏମସି ସାଂସଦ ନୁସରତ ଜାହାନ ମାଲଭିଆଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଭାଜପା ଗୁଜବ ପ୍ରଚାର କରୁଛିି। ସେ କହିଛନ୍ତି, ଦୁର୍ଭାଗ୍ୟବଶତ ଆପଣଙ୍କର ଆଇଟି ସେଲ ପ୍ରଚାର ପାଇଁ ତଥ୍ୟକୁ ବିକୃତ କରିପାରିବ ନାହିଁ। ତେଣୁ ଭୂଲ ସୂଚନା ଦେବାରୁ ନିବୃତ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri