Posted inଜାତୀୟ

ପଶ୍ଚିମବଙ୍ଗ ହିଂସାକୁ ନେଇ ୩ ଦିନ ମଧ୍ୟରେ ମମତା ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୪।୪: ପଶ୍ଚିମବଙ୍ଗରେ ହୋଇଥିବା ହିଂସାକୁ ନେଇ କେନ୍ଦ୍ର ସରକାର କଠୋର ହୋଇଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ରାମନବମୀରେ ହୋଇଥିବା ଦଙ୍ଗା ଓ ଖରାପ ଆଇନ ବ୍ୟବସ୍ଥାକୁ ନେଇ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କୁ ରିପୋର୍ଟ ମାଗିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଶ୍ଚିମବଙ୍ଗର ଚିଫ ସେକ୍ରେଟାରୀଙ୍କୁ ୩ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ଘଟଣାକୁ ନେଇ ରିପୋର୍ଟ ଦେବାକୁ କହିଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ସୁକାନ୍ତ ମଜୁମଦାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିଥିଲେ। ଯେଉଁଥିରେ ସେ ଲେଖିଥିଲେ କି ହିନ୍ଦୁଙ୍କୁ ପଶ୍ଚିମବଙ୍ଗରେ ଲଗାତାର ଟାର୍ଗେଟ କରାଯାଉଛି।

ଏହି ଚିଠି ପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟ ମାଗିଛି। ଏହାପୂର୍ବରୁ ଗୁରୁବାର ହାଓ୍ବଡାରେ ରାମନବମୀର ଶୋଭାଯାତ୍ରା ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ହିଂସା ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗର ରାଜ୍ୟପାଳ ଓ ରାଜ୍ୟ ଭାଜପା ମୁଖ୍ୟ ସୁକାନ୍ତ ମଜୁମଦାରଙ୍କ ସହ କଥା ହୋଇଥିଲେ ଓ ରାଜ୍ୟର ଆଇନ ବ୍ୟବସ୍ଥାର ସ୍ଥିତିର ଆକଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?