Posted inଜାତୀୟ

ଭାଜପା ସମର୍ଥକଙ୍କୁ ଧମକ ଦେଲେ ଟିଏମ୍‌ସି ବିଧାୟକ: ଭିଡିଓ ଭାଇରାଲ

କୋଲକତା,୨୯।୩: ପଶ୍ଚିମବଙ୍ଗରେ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ କଳି ତୁଟିବାର ନାଁ ଧରୁନି। ବିଧାନସଭାରେ ବି ଭାଜପା ଏବଂ ତୃଣମୂଳ କଂଗ୍ରେସ ବିଧାୟକଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଭାଜପା ଆଇଟି ସେଲ୍‌ ଦାୟିତ୍ୱରେ ଥିବା ଅମିତ ମାଲଭିଆ ମଙ୍ଗଳବାର ଟୁଇଟର୍‌ରେ ଟିଏମସି ବିଧାୟକଙ୍କ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଭାଜପା ସମର୍ଥକଙ୍କୁ ଧମକ ଦେବା ସହ ଭାଜପାକୁ ଭୋଟ ନ ଦେବାକୁ କହିଛନ୍ତି। ଏହି ଭିଡିଓକୁ ନିର୍ବାଚନ ଆୟୋଗଙ୍କ ସହ ଶେୟାର କରି ଅମିତ ମାଲଭିଆ ଟିଏମସି ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ମଧ୍ୟ ସମାଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏଭଳି ବିଧାୟକଙ୍କୁ ସୁରକ୍ଷା ଦେଉଛନ୍ତି ବୋଲି ମାଲଭିଆ ଅଭିଯୋଗ କରିଛନ୍ତି।
ଶେୟାର ହୋଇଥିବା ଭିଡିଓରେ ଟିଏମସି ବିଧାୟକ ନରେନ ଚକ୍ରବର୍ତ୍ତୀ ଭାଜପା ସମର୍ଥକଙ୍କୁ ଭୋଟ ନ ଦେବାକୁ କହୁଥିବା ନଜର ଆସିଛନ୍ତି। ସେ ଦଳୀୟ କର୍ମୀଙ୍କୁ କହିଛନ୍ତି, ଭାଜପା ଭୋଟରଙ୍କୁ ଧମକ ଦିଅ, ସେମାନଙ୍କୁ କୁହ ଯେ ସେମାନେ ଭୋଟ ଦେବାକୁ ନ ଯାଆନ୍ତୁ। ଯଦି ସେମାନେ ଭୋଟ ଦେବାକୁ ଯାଆନ୍ତି, ତେବେ ପରେ ଏହାର ପରିଣାମ ଭୋଗିବେ।
ସୂଚନାଯୋଗ୍ୟ,ଏପ୍ରିଲରେ ଆସାନସୋଲରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନରୁ ଟିଏମ୍‌ସିର ଶତ୍ରୁଘ୍ନ ସିହ୍ନା ଏବଂ ଅଗ୍ନିମିତ୍ର ପାଲ ଭାଜପାରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri