ଜଗତ୍‌ସିଂହପୁର ଆସି ଫସିଲେ ପଶ୍ଚିମବଙ୍ଗ ଶ୍ରମିକ

ବାଲିଆ,୨୪।୭: ଜଗତ୍‌ସିଂହପୁର ଜିଲାକୁ ପଶ୍ଚିମବଙ୍ଗରୁ ଆସିଥିବା ୪୫ ଶ୍ରମିକ ଫସି ଯାଇଛନ୍ତି। ଧାନରୋଇବା କାର୍ଯ୍ୟରେ ଲଗାଇବା ପାଇଁ ମଣ୍ଡାସାହିର ଜଣେ ବ୍ୟକ୍ତି ସେମାନଙ୍କୁ ଆଣିଥିଲେ। ବସ୍‌ଯୋଗେ ଆସି ବିରିଡି ଥାନା ବାଲିଆ ଷ୍ଟୋରଠାରେ ଓହ୍ଲାଇ ୨୨ ମୌଜାଦେଇ ମଣ୍ଡାସାହି ଯିବାକୁ ସେମାନଙ୍କୁ କୁହାଯାଇଥିଲା। ମାତ୍ର ସେମାନଙ୍କୁ ଡକାଇଥିବା ବ୍ୟକ୍ତି ଜଣକ ଧରଛୁଅଁା ଦେଇ ନ ଥିଲେ। ଫଳରେ ସେମାନେ ବାଟ ନ ପାଇ ଏଣେ ତେଣେ ଯିବା ବେଳେ ଲୋକେ ଗାଁ ଭିତରକୁ ପସିବାକୁ ଦେଇ ନ ଥିଲେ। ନିରୁପାୟ ହୋଇ ଗୁରୁବାର ସନ୍ଧ୍ୟାରେ ବିରିଡି ଥାନା ନିକଟରେ ଥିବା ଧ୍ୟାନଚନ୍ଦ୍ର କଲେଜ ରାସ୍ତାରେ ଅଟକିଥିଲେ। ସେମାନଙ୍କୁ ଡକାଇଥିବ ଯୁବକଙ୍କ ଫୋନ ଲାଗୁ ନ ଥିବାରୁ ସମସ୍ୟା ବଢିଯାଇଛି। ଦୁଇଦିନ ହେବ ଉପାସରେ ଥିବା ଶ୍ରମିକମାନେ କହିଛନ୍ତି। ଜିଲା ଶ୍ରମ ଅଧିକାରୀ ପହଞ୍ଚତ୍ଥିଲେ ବି ଫେରିବା ବ୍ୟବସ୍ଥା ନ କରି ଚାଲିଯାଇଥିଲେ। ଥାନାଧିକାରୀ ପାରାଓ ଟୁଡୁ ସେମାନଙ୍କ ପାଇଁ ଭୋଜନର ବ୍ୟବସ୍ଥା କରିଥିବାବେଳେ ସ୍ଥାନୀୟ ସରପଞ୍ଚ ବିମଳ ସେଠୀ ବିସ୍କୁଟ ଦେଇଥିଲେ। ଶୁକ୍ରବାର ସକାଳେ ବ୍ଲକ ପ୍ରଶାସନ ଓ ଜିଲା ପ୍ରଶାସନ ସହ ଆଲୋଚନା କରି ଆବଶ୍ୟକ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ଥାନାଧିକାରୀ ଟୁଡୁ ଓ ସରପଞ୍ଚ ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ

ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଏଆଇର ନୀତିଗତ ଏବଂ ନିୟନ୍ତ୍ରଣ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କୁ ବିଚାର କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୮(ପି.ଟି.): କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ଭିତ୍ତିକ ବିଷୟ ନିୟନ୍ତ୍ରଣ କ୍ଷେତ୍ରରେ ନୈତିକତା ଏବଂ ସ୍ବଚ୍ଛତା ଉପରେ ବାଧ୍ୟତାମୂଳକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ଜଣେ ଆବେଦନକାରୀଙ୍କ ଦ୍ୱାରା ଦିଆଯାଇଥିବା…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri