Posted inଖେଳ

ଫଲୋଅନ୍‌ ପରେ ଓ୍ବେଷ୍ଟଇଣ୍ଡିଜର ଦମ୍‌ଦାର ବ୍ୟାଟିଂ

ନୂଆଦିଲ୍ଲୀ,୧୨।୧୦- ଅରୁଣ ଜେଟଲି ଷ୍ଟାଡିୟମରେ ଭାରତ ବିପକ୍ଷରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଦଳ ଫଲୋଅନ୍‌ ପରେ ଦ୍ୱିତୀୟ ଇନିଂସରେ ଦୃଢ଼ ବ୍ୟାଟିଂ କରିଛି। ପ୍ରଥମ ଇନିଂସରେ ଭାରତ ୫୧୮/୫ରେ ପାଳି ଘୋଷଣା କରିଥିବା ବେଳେ ଓ୍ବେଷ୍ଟଇଣ୍ଡିଜ୍‌ ୨୪୮ ରନରେ ଅଲଆଉଟ୍‌ ହୋଇଥିଲା। ପରେ ଦ୍ୱିତୀୟ ଇନିଂସ ବ୍ୟାଟିଂ କରି ତୃତୀୟ ଦିନ ଶେଷ ସୁଦ୍ଧା ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ୨ ଉଇକେଟ ହରାଇ ୧୭୩ ରନ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଶାଇ ହୋପ ୬୬ ଓ ଜନ କାମ୍ପବେଲ ୮୭ ରନରେ ଅପରାଜିତ ରହିଥିବା ବେଳେ ଭାରତ ପାଇଁ ମହମ୍ମଦ ସିରାଜ ଓ ଓ୍ବାଶିଂଟନ ସୁନ୍ଦର ଗୋଟିଏ ଲେଖାଏ ଉଇକେଟ ଅର୍ଜନ କରିଛନ୍ତି। ମ୍ୟାଚ୍‌ରେ ୨ ଦିନ ଥିବା ବେଳେ ଓ୍ବେଷ୍ଟଇଣ୍ଡିଜ୍‌କୁ ଇନିଂସ ପରାଜୟରୁ ବର୍ତ୍ତିବା ଲାଗି ୮ ଉଇକେଟରେ ୯୭ ରନର ଆବଶ୍ୟକତା ରହିଛି।

ଓ୍ବେଷ୍ଟଇଣ୍ଡିଜ୍‌ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୧୪୦/୪)ରୁ ବ୍ୟାଟିଂ ଆରମ୍ଭ କରି ଦଳୀୟ ସ୍କୋରରେ ବଳକା ୬ ଉଇକେଟରେ ୧୦୮ ରନ୍‌ ଯୋଡ଼ିଥିଲା। ପୂର୍ବଦିନ ଅପରାଜିତ ଥିବା ଶାଇ ହୋପ ୩୬ ଓ ଟେଭିନ ଇମଚାଲ ୨୧ ରନ କରି ପାଭିଲିଅନ ଫେରିଥିଲେ। ଆଣ୍ଡରସନ ଫିଲିପ ୨୪ ରନ କରି ଅପରାଜିତ ଥିବା ବେଳେ ଖାରି ପିଏରେ ୨୩ ରନ କରି ଆଉଟ୍‌ ହୋଇଥିଲେ। ଭାରତ ପାଇଁ କୁଲଦୀପ ଯାଦବ ୫ ଉଇକେଟ ହାତେଇଥିଲେ। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ପଞ୍ଚମ ୫ ଉଇକେଟ ସଫଳତା ଥିଲା।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri