Posted inଖେଳ

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ କରିଛି। ଦଳ ଗ୍ରୁପ୍‌ ‘ସି’ରେ ଅପରାଜେୟ ରହି ଟୁର୍ନାମେଣ୍ଟର ସୁପର-୮ରେ ସ୍ଥାନ ପକ୍କା କରିଛି।

ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ଆରମ୍ଭରେ ଅସ୍ଥିରତା ପରିଲକ୍ଷିତ ହୋଇଥିଲା। ଇଟାଲିର ଅଭିଜ୍ଞ ସ୍ପିନର ବେନ୍‌ ମାନେଣ୍ଟି (୨/୩୭) ଓ କ୍ରିଶାନ କାଲୁଗାମେଜ (୨/୨୫) ରନ ସଂଗ୍ରହରେ ଅଙ୍କୁଶ ଲଗାଇଥିଲେ। ତେବେ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଶାଇ ହୋପ୍‌ଙ୍କ ଆକର୍ଷଣୀୟ ୭୫ରନ (୪୬ ବଲ୍‌, ୬ ଚୌକା ଓ ୪ ଛକା) ସହାୟତାରେ ଦଳ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ବିନିମୟରେ ୧୬୫ ରନ କରିଥିଲା। ୧୬୬ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଇଟାଲି ୧୮ ଓଭରରେ ୧୨୩ ରନ କରି ଅଲଆଉଟ ହୋଇଯାଇଥିଲା।

ଓ୍ବେଷ୍ଟଇଣ୍ଡିଜର ମାଥ୍ୟୁ ଫୋର୍ଡ (୩/୧୯), ଶମର ଯୋଶେଫ (୪/୩୦) ଓ ଗୁଡାକେଶ ମୋତି (୨/୨୪) ଚମତ୍କାର ବୋଲିଂ କରି ଇଟାଲିର ବ୍ୟାଟିଂ ବିପର୍ଯ୍ୟୟ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri