Posted inଖେଳ

ବ୍ୟାଟରଙ୍କଠୁ କମ୍‌ ନୁହନ୍ତି ଓ୍ବେଷ୍ଟଇଣ୍ଡିଜ୍‌ ବୋଲର

ଜାମାଇକା,୧୪।୧: ସ୍ଥାନୀୟ ସାବିନା ପାର୍କଠାରେ ଖେଳାଯାଇଥିବା ଆୟର୍ଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ବ୍ୟାଟରେ କମାଲ କରି ଦେଖାଇଛନ୍ତି ଓ୍ବେଷ୍ଟଇଣ୍ଡିଜ ବୋଲର। ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳ ୧୪୩ ରନ୍‌ରେ ୮ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଜଟିଳ ସ୍ଥିତିରେ ଆୟର୍ଲାଣ୍ଡ ବୋଲରଙ୍କ ବିରୋଧରେ କାଉଣ୍ଟର ଆଟାକ କରିଥିଲେ ରୋମାରିଓ ଶେଫର୍ଡ ଏବଂ ଓଡେନ ସ୍ମିଥ। ଓଡେନ ସ୍ମିଥ ମାତ୍ର ୧୯ ବଲରେ ଖେଳିଥିଲେ ୪୬ ରନ୍‌ର ବିସ୍ଫୋରକ ପାଳି। ତାଙ୍କ ଇନିଂସରେ ସାମିଲ ଥିଲା ୨ ଚୌକା ଓ ୫ ଛକା। ସେହିଭଳି ଶେଫର୍ଡ ୪୧ ବଲରେ ୭ ଚୌକା ସହାୟତାରେ ୫୦ ରନର ପାଳି ଖେଳିବା ପରେ ଅନ୍ତିମ ବ୍ୟାଟର ଭାବେ ପ୍ୟାଭିଲିଅନ ଫେରିଥିଲେ। ଦୁହିଁ ଅବଦାନ ଯୋଗୁ ଓ୍ବେଷ୍ଟଇଣ୍ଡିଜ ସ୍କୋର ୨୨୯ ରନ୍‌ରେ ପହଞ୍ଚିପାରି ଥିଲା। ଆୟର୍ଲାଣ୍ଡ ଲାଗି ଆଣ୍ଡି ବ୍ୟାକବ୍ରାଏନ ୪ ଏବଂ କ୍ରେଗ ୟଙ୍ଗ ୩ ଉଇକେଟ ହାତେଇଥିଲେ।

ବର୍ଷା ବାଧକ ସାଜିବାରୁ ଆୟର୍ଲାଣ୍ଡ ଆଗରେ ୩୬ ଓଭରରେ ଧାର୍ଯ୍ୟ କରାଯାଇଥିଲା ୧୬୮ ରନ୍‌ର ଟାର୍ଗେଟ। ଜବାବରେ ହାରି ଟେକ୍ଟର (୫୪ ରନ୍‌, ୪ ଚୌକା ଓ ୧ ଛକା )ଙ୍କ ଅପରାଜିତ ଅର୍ଦ୍ଧଶତକ ଯୋଗୁ ଆୟର୍ଲାଣ୍ଡ ୩୨.୩ ଓଭରରେ ୫ ଉଇକେଟ କ୍ଷତିରେ ବିଜୟ ଲକ୍ଷ୍ୟ ହାସଲ କରିଥିଲା। ବୋଲିଂରେ ୪ ଉଇକେଟ ନେବା ସହ ୩୫ ରନ୍‌ କରିଥିବା ମ୍ୟାକ୍‌ବ୍ରାଏନଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri