Posted inଖେଳ

ଓ୍ବେଷ୍ଟଇଣ୍ଡିଜର କ୍ଲିନ୍‌ ସୁଇପ୍‌

ଢାକା, ୧୫ା୨ (ଏପି)- ବାଂଲାଦେଶ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ କ୍ରିକେଟ ମ୍ୟାଚ୍‌କୁ ଓ୍ବେଷ୍ଟଇଣ୍ଡିଜ ୧୭ ରନରେ ଜିତି ନେଇଛି। ଏଥିସହିତ ଭ୍ରମଣକାରୀ ଦଳ ୨-୦ରେ କ୍ଲିନ ସୁଇପ୍‌ ସିରିଜ ବିଜୟ ହାସଲ କରିଛି। ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ୩୯୫ରନର ବିଶାଳ ବିଜୟ ଲକ୍ଷ୍ୟକୁ ହାସଲ କରିଥିଲା। ଦଳ ୩ ଉଇକେଟରେ ଘରୋଇ ଦଳକୁ ପରାସ୍ତ କରିଥିଲା। ରବିବାର ଶେଷ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜକୁ ଜିତାଇବାରେ ଅଫ୍‌ସ୍ପିନର ରକିମ କର୍ନଓ୍ବାଲ ବିଶେଷ ଭୂମିକା ଗ୍ରହଣ କରିଥିଲେ। ମେହିଦି ହସନଙ୍କ ଲଢୁଆ ବ୍ୟାଟିଂ ସତ୍ତ୍ୱେ ସେ ମ୍ୟାଚରେ ୧୭୯ ରନ ବିନିୟରେ ୯ ଉଇକେଟ ଦଖଲ କରିଥିଲେ। ମ୍ୟାଚରେ ବିଜୟ ହାସଲ କରିବା ଲାଗି ବାଂଲାଦେଶ ସମ୍ମୁଖରେ ୨୩୧ ରନର ଟାର୍ଗେଟ ରହିଥିଲା। କର୍ନଓ୍ବାଲ ପ୍ରଥମ ଇନିଂସରେ ୭୪ ରନ ବିନିମୟରେ ୫ ଏବଂ ଦ୍ୱିତୀୟ ଇନିଂସରେ ୧୦୫ ରନ ଦେଇ ୪ ଉଇକେଟ ଅକ୍ତିଆର କରିବାରୁ ଘରୋଇ ଦଳ ଏହାର ଦ୍ୱିତୀୟ ଇନିଂସରେ ୨୧୩ରେ ଅଲଆଉଟ ହୋଇଯାଇଥିଲା। ଓ୍ବେଷ୍ଟଇଣ୍ଡିଜର ଏହି ଅପ୍‌ ସ୍ପିନର ମ୍ୟାଚର ବିଭିନ୍ନ ମୁହୂର୍ତ୍ତରେ ଏକାଧିକ ମହତ୍ତ୍ୱପୂର୍ଣ୍ଣ ପାର୍ଟନରଶିପ୍‌ ଭଙ୍ଗ କରିଦେଇଥିଲେ।
କର୍ନଓ୍ବାଲ ପ୍ଲେୟର ଅଫ୍‌ ଦି ମ୍ୟାଚ ଏବଂ ଏନ୍‌କ୍ରୁମା ବୋନର ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ।

ସଂକ୍ଷିପ୍ତ ସ୍କୋର
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ: ୪୦୯
ବାଂଲାଦେଶ ପ୍ରଥମ ଇନିଂସ: ୨୯୬
ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ: ୧୧୭
ବାଂଲାଦେଶ ଦ୍ୱିତୀୟ ଇନିଂସ: ୨୧୩ (ତାମିମ ଇକ୍‌ବାଲ-୫୦, ମେହିଦି ହସନ-୩୧, ମୋମିନୁଲ ହକ୍‌-୨୬; କର୍ନଓ୍ବାଲ-୪/୧୦୫, ଜୋମେଲ ଓ୍ବାରିକାନ୍‌-୩/୪୭, କ୍ରେଗ୍‌ ବ୍ରାଥଓ୍ବେଟ୍‌-୩/୨୫ )।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri