Posted inଖେଳ

ଓ୍ବେଷ୍ଟଇଣ୍ଡିଜର କ୍ଲିନ୍‌ ସୁଇପ୍‌

ଢାକା, ୧୫ା୨ (ଏପି)- ବାଂଲାଦେଶ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ କ୍ରିକେଟ ମ୍ୟାଚ୍‌କୁ ଓ୍ବେଷ୍ଟଇଣ୍ଡିଜ ୧୭ ରନରେ ଜିତି ନେଇଛି। ଏଥିସହିତ ଭ୍ରମଣକାରୀ ଦଳ ୨-୦ରେ କ୍ଲିନ ସୁଇପ୍‌ ସିରିଜ ବିଜୟ ହାସଲ କରିଛି। ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ୩୯୫ରନର ବିଶାଳ ବିଜୟ ଲକ୍ଷ୍ୟକୁ ହାସଲ କରିଥିଲା। ଦଳ ୩ ଉଇକେଟରେ ଘରୋଇ ଦଳକୁ ପରାସ୍ତ କରିଥିଲା। ରବିବାର ଶେଷ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜକୁ ଜିତାଇବାରେ ଅଫ୍‌ସ୍ପିନର ରକିମ କର୍ନଓ୍ବାଲ ବିଶେଷ ଭୂମିକା ଗ୍ରହଣ କରିଥିଲେ। ମେହିଦି ହସନଙ୍କ ଲଢୁଆ ବ୍ୟାଟିଂ ସତ୍ତ୍ୱେ ସେ ମ୍ୟାଚରେ ୧୭୯ ରନ ବିନିୟରେ ୯ ଉଇକେଟ ଦଖଲ କରିଥିଲେ। ମ୍ୟାଚରେ ବିଜୟ ହାସଲ କରିବା ଲାଗି ବାଂଲାଦେଶ ସମ୍ମୁଖରେ ୨୩୧ ରନର ଟାର୍ଗେଟ ରହିଥିଲା। କର୍ନଓ୍ବାଲ ପ୍ରଥମ ଇନିଂସରେ ୭୪ ରନ ବିନିମୟରେ ୫ ଏବଂ ଦ୍ୱିତୀୟ ଇନିଂସରେ ୧୦୫ ରନ ଦେଇ ୪ ଉଇକେଟ ଅକ୍ତିଆର କରିବାରୁ ଘରୋଇ ଦଳ ଏହାର ଦ୍ୱିତୀୟ ଇନିଂସରେ ୨୧୩ରେ ଅଲଆଉଟ ହୋଇଯାଇଥିଲା। ଓ୍ବେଷ୍ଟଇଣ୍ଡିଜର ଏହି ଅପ୍‌ ସ୍ପିନର ମ୍ୟାଚର ବିଭିନ୍ନ ମୁହୂର୍ତ୍ତରେ ଏକାଧିକ ମହତ୍ତ୍ୱପୂର୍ଣ୍ଣ ପାର୍ଟନରଶିପ୍‌ ଭଙ୍ଗ କରିଦେଇଥିଲେ।
କର୍ନଓ୍ବାଲ ପ୍ଲେୟର ଅଫ୍‌ ଦି ମ୍ୟାଚ ଏବଂ ଏନ୍‌କ୍ରୁମା ବୋନର ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ।

ସଂକ୍ଷିପ୍ତ ସ୍କୋର
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ: ୪୦୯
ବାଂଲାଦେଶ ପ୍ରଥମ ଇନିଂସ: ୨୯୬
ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ: ୧୧୭
ବାଂଲାଦେଶ ଦ୍ୱିତୀୟ ଇନିଂସ: ୨୧୩ (ତାମିମ ଇକ୍‌ବାଲ-୫୦, ମେହିଦି ହସନ-୩୧, ମୋମିନୁଲ ହକ୍‌-୨୬; କର୍ନଓ୍ବାଲ-୪/୧୦୫, ଜୋମେଲ ଓ୍ବାରିକାନ୍‌-୩/୪୭, କ୍ରେଗ୍‌ ବ୍ରାଥଓ୍ବେଟ୍‌-୩/୨୫ )।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri