Posted inଖେଳ

ୱେଷ୍ଟଇଣ୍ଡିଜ୍‌ ଆଗରେ ୧୬୬ ରନ୍‌ ବିଜୟ ଟାର୍ଗେଟ୍‌

ଫ୍ଳୋରିଡା,୧୩।୮: ଫ୍ଲୋରିଡାର ସେଣ୍ଟ୍ରାଲ ବ୍ରାଉଡର୍‌ ରିଜିଓନାଲ ପାର୍କ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଟି-୨୦ ସିରିଜର ପଞ୍ଚମ ତଥା ଅନ୍ତିମ ମ୍ୟାଚରେ ସୂର୍ଯ୍ୟକୁମାର ଯାଦବଙ୍କ ୬୧ ରନ୍‌ର ଦମ୍‌ଦାର ଇନିଂସ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୬୫ ରନ୍‌ କରିବାରେ ସକ୍ଷମ ହୋଇଛି। ଫଳରେ ୱେଷ୍ଟଇଣ୍ଡିଜ୍‌ ଆଗରେ ୧୬୬ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଭାରତ।

ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଭାରତର ଶୁବମନ୍‌ ଗିଲ ଏବଂ ଯଶସ୍ବୀ ଜୈସ୍ବାଲ ଓପନିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲେ। ହେଲେ ଜୈସ୍ବାଲ ୫ ରନ୍‌ କରି ବିଫଳ ହୋଇଥିବା ବେଳେ ଶୁବମନ୍‌ ୯ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଥିବା ବେଳେ ତିଲକ୍‌ ବର୍ମା ଏବଂ ସୂର୍ଯ୍ୟକୁମାର ଯାଦବ ଧୈର୍ଯ୍ୟର ସହ ବ୍ୟାଟିଂ କରି ଟିମ୍‌କୁ ଆଗକୁ ନେଇଥିଲେ। ତିଲକ୍‌ ୩ ଚଉକା, ୨ ଛକା ସହାୟତାରେ ୨୭ ରନ୍‌ କରିଥିଲେ। ସେହିପରି ସୂର୍ଯ୍ୟକୁମାର ସର୍ବାଧିକ ୬୧ ରନ୍‌(୪ ଚଉକା, ୩ ଛକା) ସକ୍ଷମ ହୋଇଥିଲେ। ଅଧିନାୟକ ପାଣ୍ଡ୍ୟା ୧୪ ରନ୍‌ କରିଥିବା ବେଳେ ସଞ୍ଜୁ ସାମସନ ୧୩ ରନ୍‌ କରିଥିଲେ। ୧୯.୪ ଓଭରରେ ବର୍ଷା ହେବାରୁ ଖେଳ କିଛି ସମୟ ବନ୍ଦ ରହିଥିଲା। ବର୍ଷା ଛାଡିବା ପରେ ମ୍ୟାଚ୍‌ ପୁଣି ଆରମ୍ଭ ହୋଇଥିଲା। ଭାରତ ୨୦ ଓଭର ଖେଳି ୧୬୫ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri