Posted inଖେଳ

ଓ୍ବେଷ୍ଟଇଣ୍ଡିଜର ଡେଭନ ଥୋମାସ ସସ୍‌ପେଣ୍ଡ

ଦୁବାଇ, ୨୪ା୫ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ମଙ୍ଗଳବାର ଓ୍ବେଷ୍ଟଇଣ୍ଡିଜ ବ୍ୟାଟର ଡେଭନ ଥୋମାସଙ୍କୁ ସସ୍‌ପେଣ୍ଡ କରିଛି। ଲଙ୍କା ପ୍ରିମିୟର ଲିଗ୍‌ (ଏଲ୍‌ପିଏଲ୍‌) ୨୦୨୧ରେ ମ୍ୟାଚ ଫିକ୍ସିଂ କରିବା ଏବଂ ସେହିବର୍ଷ ଅନ୍ୟ ଦୁଇ ଫ୍ରାଞ୍ଚାଇଜ୍‌ ଟୁର୍ନାମେଣ୍ଟରେ ସେ ଦୁର୍ନୀତି କାର୍ଯ୍ୟକଳାପରେ ଲିପ୍ତ ଥିବା ଅଭିଯୋଗ ହୋଇଛି। ଥୋମାସ ଓ୍ବେଷ୍ଟଇଣ୍ଡିଜ ତରଫରୁ ୨୦୨୨ ଅଗଷ୍ଟରେ ଖେଳିଥିଲେ। ସେ ଆଇସିସି ଦୁର୍ନୀତି ନିବାରଣ ଆଚରଣ ବିଧିର ୭ଟି ନିୟମର ଉଲ୍ଲଂଘନ କରିଛନ୍ତି। ଦୁବାଇରେ ୟୁଏଇ ବିପକ୍ଷ ଆଗାମୀ ଅନ୍ତର୍ଜାତୀୟ ଦିନିକିଆ ସିରିଜ ପାଇଁ ସେ ମନୋନୀତ ହୋଇଛନ୍ତି। ଫିକ୍ସିଂ ଅଭିଯୋଗ ବ୍ୟତୀତ ଏହି ୩୩ ବର୍ଷୀୟ କ୍ରିକେଟର ଆବୁଧାବୀ ଟି୧୦ ଓ କ୍ୟାରିବିୟନ ପ୍ରିମିୟର ଲିଗ୍‌ ୨୦୨୧ରେ ତାଙ୍କୁ ଦୁର୍ନୀତି କାର୍ଯ୍ୟ ପାଇଁ ଳପ୍ରୋଲୋଭିତ କରିଯାଇଥିଲେ ମଧ୍ୟ ସେ କର୍ତ୍ତୃପକ୍ଷଙ୍କ ଦୃଷ୍ଟିକୁ ଆଣି ନ ଥିଲେ। ଥୋମାସଙ୍କୁ ୧୪ ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ କୁହାଯାଇଛି। ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲସି), ଦି ଏମିରେଟ୍ସ କ୍ରିକେଟ ବୋର୍ଡ (ଇସିବି) ଓ କ୍ୟାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ଙ୍କ ତରଫରୁ ଆଇସିସି ଏହି ପଦକ୍ଷେପ ନେଇଛି। ଆଇସିସି ଏକ ରିଲିଜରେ କହିଛି, ଥୋମାସ ତଦନ୍ତ ବେଳେ ଦୁର୍ନୀତି ନିବାରଣ ଅଫିଆଲଙ୍କୁ ସହଯୋଗ କରି ନ ଥିଲେ। ସୂଚନାଯୋଗ୍ୟ, ଥୋମାସ ଓ୍ବେଷ୍ଟଇଣ୍ଡିଜ ତରଫରୁ ଗୋଟିଏ ଟେଷ୍ଟ ୨୧ ଅନ୍ତର୍ଜାତୀୟ ଦିନିକିଆ ଏବଂ ୧୨ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିଛନ୍ତି। ସେ ତାଙ୍କର ଏକମାତ୍ର ଟେଷ୍ଟ ଗତବର୍ଷ ଡିସେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିଥିଲେ। ବର୍ତ୍ତମାନ ସେ ପ୍ରଥମ ଶ୍ରେଣୀ କ୍ରିକେଟର ଭାବେ ସକ୍ରିୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri