Posted inଖେଳ

ଓ୍ବେଷ୍ଟଇଣ୍ଡିଜକୁ ମିଳିଲା ନୂଆ ଅଧିନାୟକ, ଜାଣନ୍ତୁ…

ଜମାଇକା,୧୭ା୫: ରୋଷ୍ଟନ ଚେଜଙ୍କୁ ଓ୍ବେଷ୍ଟଇଣ୍ଡିଜ ପୁରୁଷ ଟେଷ୍ଟ ଦଳର ନୂଆ ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ୨ ବର୍ଷ ତଳେ ଅନ୍ତିମ ଟେଷ୍ଟ ଖେଳିଥିବା ୩୩ ବର୍ଷୀୟ ଚେଜ, କ୍ରେଗ ବ୍ରାଥଓ୍ବେଟଙ୍କ ସ୍ଥାନ ନେବେ। ବ୍ରାଥଓ୍ବେଟ ଗତ ମାର୍ଚ୍ଚରେ ନିଜ ପଦରୁ ଇସ୍ତଫା ଦେଇଥିଲେ। ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ଟେଷ୍ଟ ସିରିଜ ସହିତ ଚେଜଙ୍କ ଅଧିନାୟକ କ୍ୟାରିୟର ଆରମ୍ଭ ହେବ।

ଏହି ସିରିଜ୍‌ ସହିତ ଉଭୟ ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜ ଦଳର ନୂଆ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଅଭିଯାନ ଆରମ୍ଭ ହେବ। ଜୋମେଲ ଓ୍ବାରିକାନଙ୍କୁ ଉପ ଅଧିନାୟକ ନିଯୁକ୍ତ କରାଯାଇଛି। ଦଳର ନୂଆ ଅଧିନାୟକ ନିଯୁକ୍ତି ଲାଗି କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ) ପକ୍ଷରୁ ଏକ ଇଣ୍ଟରଭ୍ୟୁ ପ୍ୟାନେଲ ଗଠନ କରାଯାଇଥିଲା। ଏଥିରେ ମୁଖ୍ୟ କୋଚ୍‌ ଡାରେନ ସାମି, ଡାଇରେକ୍ଟର ଅଫ କ୍ରିକେଟ ମାଇଲ୍ସ ବାସ୍କମ୍ବେ ଓ ଚେୟାରମ୍ୟାନ ଅଫ କ୍ରିକେଟ ଷ୍ଟ୍ରାଟେଜୀ ଏନୋଚ ଲୁଇସ ସଦସ୍ୟ ଥିଲେ। ଚେଜ ଏପର୍ଯ୍ୟନ୍ତ ୪୯ ଟେଷ୍ଟ ଖେଳି ୨୬.୩୩ ଆଭରେଜରେ ୫ ଶତକ ସହ ୨୨୬୫ ରନ କରିଛନ୍ତି। ତାଙ୍କ ନାମରେ ୮୫ ଉଇକେଟ ମଧ୍ୟ ରହିଛି। ଶାଇ ହୋପ ଦିନିକିଆ ଓ ଟି୨୦ ଫର୍ମାଟରେ ଓ୍ବେଷ୍ଟଇଣ୍ଡିଜ ଦଳର ଅଧିନାୟକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ…

ICC ଟି-୨୦ ରାଙ୍କିଙ୍ଗ୍‌ରେ ବୈଭବ ଚିତ୍‌ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri