Posted inଖେଳ

ସ୍ମୃତି, ହରମନପ୍ରୀତଙ୍କ ଦମ୍‌ଦାର ଶତକ

ହାମିଲଟନ,୧୨।୩: ହାମିଲଟନସ୍ଥିତ ସେଡନ୍‌ ପାର୍କ ପଡ଼ିଆରେ ଶନିବାର ଖେଳାଯାଇଥିବା ମହିଳା ବିଶ୍ୱକପରେ ଭାରତ ଇତିହାସ ସୃଷ୍ଟି କରିଛି । ୱେଷ୍ଟ୍‌ଇଣ୍ଡିଜ ବିପକ୍ଷରେ ଭାରତର ଦୁଇ ବ୍ୟାଟର ଶତକ ହାସଲ କରିଛନ୍ତି । ସ୍ମୃତି ମାନ୍ଧାନାଙ୍କ ସହ ହରମନପ୍ରୀତ କୌର ଦମ୍‌ଦାର ବ୍ୟାଟିଂ କରି ଶତକ ହାସଲ କରିଥିଲେ।
ଟିମ ଇଣ୍ଡିଆ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଆରମ୍ଭ ଭାରତର ଦୁଇ ଓପନର ୟସିକା ଭାଟିଆ ଓ ସ୍ମୃତି ମାନ୍ଧାନା ଦମ୍‌ଦାର ପ୍ରଦର୍ଶନ କରିଥିଲେ। ପ୍ରଥମ ଉଇକେଟ ପାଇଁ ଦୁଇ ବ୍ୟାଟ୍ସମ୍ୟାନ ୪୯ ରନ୍‌ର ପାର୍ଟନରଶିପ କରିଥିଲେ। ୟସିକା ଭାଟିଆଙ୍କ ଆଉଟ ପରେ ଅଧିନାୟକ ମିତାଲି ରାଜ ଓ ଦୀପ୍ତି ଶର୍ମା ମଧ୍ୟ ଆଉଟ ହୋଇ ପାଭିଲିୟନ ଫେରିଥିଲେ। ୭୮ ରନରେ ୩ଟି ଉଇକେଟ ହରାଇ ଦଳ ସଙ୍କଟରେ ପଡିଯାଇଥିଲା। ହେଲେ ଦଳକୁ ସମ୍ଭାଳିଥିଲେ ଉପଅଧିନାୟକ ହରମନପ୍ରୀତ।

ସ୍ମୃତି ମନ୍ଧାନା ୧୧୯ ବଲରୁ ୧୨୩ ରନର ଦମଦାର ଇନିଂସ ଖେଳିଥିଲେ। ଏପରିକି ହରମନପ୍ରୀତ ମଧ୍ୟ ଧୂଆଁଧାର ବ୍ୟାଟିଂ କରି ୧୦୯ (୧୦୭ ବଲ ଖେଳି) ରନ୍‌ କରିଥିଲେ। ଫଳରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୩୧୭ ରନ୍‌ କରିଛି। ଫଳରେ ୱେଷ୍ଟଇଣ୍ଡିଜ ଆଗରେ ୩୧୮ ରନ୍‌ର ବଡ଼ ସ୍କୋର ରଖିଛି ଟିମ୍‌ ଇଣ୍ଡିଆ। ବର୍ତ୍ତମାନ ଖେଳ ସୁଦ୍ଧା ୱେଷ୍ଟଇଣ୍ଡିଜ ୩୨ ଓଭରରେ ୭ ଉଇକେଟ ହରାଇ ୧୫୫ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?