Posted inଖେଳ

ଦି ଓଳି ଖାଇବାକୁ ପାଉନାହାନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଦ୍ରୁତ ବୋଲର ପାଟ୍ରିକ ପାଟରସନ ଆର୍ଥିକ ଅଭାବ ସହ ସଂଘର୍ଷ କରୁଛନ୍ତି। ଏପରିକି ଦୁଇ ଓଳି ଖାଇବାକୁ ମଧ୍ୟ ତାଙ୍କ ପାଖରେ ଟଙ୍କା ନାହିଁ। ଏଭଳି ପରିସ୍ଥିତିରେ ସୋସିଆଲ ମିଡିଆ ମାଧ୍ୟମରେ ତଙ୍କ ପାଇଁ ଟଙ୍କା ସଂଗ୍ରହ କରାଯାଉଛି। ଭାରତୀୟ କ୍ରିକେଟର ଆର ଅଶ୍ୱିନ ମଧ୍ୟ ପାଟ୍ରିକ୍‌ଙ୍କୁ ସହାୟତା ପାଇଁ ନିବେଦନ କରିଛନ୍ତି। ଭାରତ ବିପକ୍ଷରେ ୫୯ ବର୍ଷିୟ ପାଟ୍ରିକ ପାଟରସନଙ୍କ ପ୍ରଦର୍ଶନ ବହୁତ ଭଲ ଥିଲା।

ଭରତ ସୁନ୍ଦରେସନ ସୋସିଆଲ ସାଇଟ ମାଧ୍ୟମରେ ପାଟ୍ରିକ ପାଟରସନଙ୍କ ବିଷୟରେ କହିଥିଲେ। ସେ ଲେଖିଛନ୍ତି, ପାଟ୍ରିକ ପାଟରସନଙ୍କ ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି। ଏହି ସମୟରେ ଖାଦ୍ୟ ସାମଗୀ କିଣିବାରେ ଅସମର୍ଥ ହୋଇଛନ୍ତି। ମୁଁ ତାଙ୍କ ପାଇଁ ଏହି @gofundme ଆରମ୍ଭ କରିଛି। ତାଙ୍କ ତରଫରୁ କ୍ରିକେଟ ଜଗତକୁ ଏହା ଏକ ଅନୁରୋଧ। ଦୟାକରି ସମସ୍ତେ ସହାୟତା କରନ୍ତୁ। ଆର ଅଶ୍ୱିନ ସୁନ୍ଦରସନଙ୍କ ଟୁଇଟର ଜବାବ ଦେଇ ଲେଖିଛନ୍ତି, ପାଟ୍ରିକ ପାଟରସନ ସହାୟତା ଆବଶ୍ୟକ କରୁଛନ୍ତି। ଯଦି କେହି ସାହାଯ୍ୟ କରିପାରିବେ, ଦୟାକରି କରନ୍ତୁ।
ପାଟ୍ରିକ ପାଟରସନ ୱେଷ୍ଟଇଣ୍ଡିଜ୍‌ ପାଇଁ ୨୮ଟି ଟେଷ୍ଟରେ ୯୩ ଉଇକେଟ ନେଇଥିଲେ। ନଭେମ୍ବର ୧୯୮୭ରେ ଦିଲ୍ଲୀରେ ତାଙ୍କର ପ୍ରଦର୍ଶନ ଟିମ ଇଣ୍ଡିଆକୁ ଅଡୁଆରେ ପକାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri