Posted inଖେଳ

କ୍ରିକେଟକୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଅନେକ ସମୟରେ ତାଙ୍କ ବିବୃତ୍ତି ଯୋଗୁ ବିବାଦରେ ରହୁଥିବା ୱେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ ମାର୍ଲନ ସାମୁଏଲ୍ସ କ୍ରିକେଟର ସମସ୍ତ ଫର୍ମାଟ ଅବସର ନେଇଛନ୍ତି। ୱେଷ୍ଟଇଣ୍ଡିଜ କ୍ରିକେଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଜନି ଗ୍ରେଭ ସାମୁଏଲ୍ସଙ୍କ ଅବସର ବିଷୟରେ ସୂଚନା ଦେଇଛନ୍ତି। ଅନ୍ତର୍ଜାତୀୟ କ୍ୟାରିୟର ବିଷୟରେ କହିବାକୁ ଗଲେ ସେ ୭୧ଟି ଟେଷ୍ଟରେ ହାରାହାରି ୩୨.୬୪ରେ ୩ ହଜାର ୯୧୭ ରନ ସଂଗ୍ରହ କରିଥିଲେ, ସେଥିରେ ସେ ୭ଟି ଶତକ ଏବଂ ୨୪ ଅର୍ଦ୍ଧଶତକ ହାସଲ କରିଥିଲେ। ଏଥିସହିତ ୨୦୭ଟି ଏକଦିବସୀୟରେ ସେ ହାରାହାରି ୩୨.୦୭ ରେ ୫ ହଜାର ୬୦୬ ରନ ସ୍କୋର କରିଥିଲେ। ଏକଦିବସୀୟ କ୍ରିକେଟରେ ସେ ୧୦ ଶତକ ଏବଂ ୩୦ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ୬୭ଟି ଟି -୨୯ ମ୍ୟାଚରେ ହାରାହାରି ୨୯.୨୯ ରେ ୧ ଟି ଅର୍ଦ୍ଧଶତକ ହାସଲ କରି ୧୬୧୧ ରନ ସଂଗ୍ରହ କରିଥିଲେ। ସେ ୪୧ଟି ଟେଷ୍ଟ, ୮୯ଟି ଏକଦିବସୀୟ ଏବଂ ୨୨ ଟି -୨୦ ଉଇକେଟ ମଧ୍ୟ ରେକର୍ଡ କରିଛନ୍ତି। ସାମୁଏଲ୍ସ ୨୧ବର୍ଷ ବୟସରେ ଭାରତ ବିପକ୍ଷରେ ପ୍ରଥମ ଟେଷ୍ଟ ଶତକ ହାସଲ କରିଥିଲେ। ସାମୁଏଲ୍ସ ଯୋଗୁ ୱେଷ୍ଟଇଣ୍ଡିଜ ଦୁଇଥର ଟି -୨୦ ବିଶ୍ୱ ଚାମ୍ପିଅନ ହୋଇଥିଲା। କାରଣ ଉଭୟ ବିଶ୍ୱକପ୍‌ରେ ଦଳ ପାଇଁ ସାମୁଏଲ୍ସ ସର୍ବାଧିକ ରନ ସଂଗ୍ରହ କରିଥିଲେ। କିଛି ଦିନ ପୂର୍ବରୁ ସାମୁଏଲ୍ସ କ୍ରିକେଟର ସ୍ତ୍ରୀଙ୍କ ଉପରେ ହୋଇଥିବା ଅଶ୍ଳୀଳ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିଲେ। ସେ ଇଂଲଣ୍ଡ କ୍ରିକେଟରଙ୍କ ସ୍ତ୍ରୀ ଏବଂ ବିଶେଷକରି ବେନ ଷ୍ଟୋକ୍ସଙ୍କ ସ୍ତ୍ରୀଙ୍କ ବିଷୟରେ ଅଶ୍ଳୀଳ ମନ୍ତବ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri