Posted inଖେଳ

ଇତିହାସ ଲକ୍ଷ୍ୟରେ ୧୪୦ କେଜି ଓଜନର ବୋଲରଙ୍କୁ ଖେଳାଇଲା ଓ୍ବେଷ୍ଟଇଣ୍ଡିଜ

ମାଞ୍ଚେଷ୍ଟର, ୨୪।୭: ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ନିର୍ଣ୍ଣାୟକ ୩ୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ମ୍ୟାଚ୍‌କୁ ଓ୍ବେଷ୍ଟଇଣ୍ଡିଜ ଓ ୨ୟ ଟେଷ୍ଟକୁ ଘରୋଇ ଦଳ ଜିତିଥିବାରୁ ୩ ମ୍ୟାଚ୍‌ବିଶିଷ୍ଟ ସିରିଜ ବର୍ତ୍ତମାନ ୧-୧ସ୍ଥିତିରେ ବରାବର୍‌ ରହିଛି। ତେଣୁ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ହୋଲ୍ଡରଙ୍କ ନିକଟରେ ସିିରିଜ୍‌ କବ୍‌ଜା କରିବାର ଏକ ସୁବର୍ଣ୍ଣ ସୁଯୋଗ ରହିଛି। ଯଦି ଓ୍ବେଷ୍ଟଇଣ୍ଡିଜ ଏହି ମ୍ୟାଚ୍‌ ଜିତିନିଏ ତେବେ ଦୀର୍ଘ ୩୨ ବର୍ଷର ବ୍ୟବଧାନ ପରେ ଇଂଲଣ୍ଡ ମାଟିରେ ଟେଷ୍ଟ ସିରିଜ ଜିତି ଇତିହାସ ରଚିବ। ଶେଷଥର ପାଇଁ ଓ୍ବେଷ୍ଟଇଣ୍ଡିଜ ୧୯୮୮ରେ ଇଂଲଣ୍ଡକୁ ଘରୋଇ ପରିବେଶରେ ଟେଷ୍ଟ ସିରିଜରେ ହରାଇଥିଲା। ଏହି ମ୍ୟାଚ୍‌ ଜିତିବା ଲାଗି ଓ୍ବେଷ୍ଟଇଣ୍ଡିଜ କିଛି ସ୍ବତନ୍ତ୍ର ରଣନୀତି ସହ ପଡ଼ିଆକୁ ଓହ୍ଲାଇଛି। ଶେଷ ମୁହୂର୍ତ୍ତରେ ଅଧିନାୟକ ହୋଲ୍ଡର ଅଫ୍‌ସ୍ପିନର ତଥା ୧୪୦ କିଲୋ ଓଜନ ବିଶିଷ୍ଟ ରାଖିମ କର୍ନଓ୍ବାଲ୍‌ଙ୍କୁ ଦଳରେ ସାମିଲ କରିଛନ୍ତି। ଅଲ୍‌ଜାରୀ ଜୋସେଫ୍‌ଙ୍କ ସ୍ଥାନରେ କର୍ନଓ୍ବାଲ୍‌ଙ୍କୁ ଦଳରେ ନିଆଯାଇଥିବା ଜଣାପଡ଼ିଛି। ଡାହାଣହାତୀ ଅଫ୍‌ସ୍ପିନର କର୍ନଓ୍ବାଲ ଗତ ବର୍ଷ ଭାରତ ବିପକ୍ଷରେ ଖେଳି ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ଅନ୍ତର୍ଜତୀୟ କ୍ରିକେଟ୍‌ରେ ସେ ବର୍ତ୍ତମାନ ସବୁଠାରୁ ଅଧିକ ଓଜନ ଖେଳାଳିର ମାନ୍ୟତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri