Posted inଖେଳ

ଇତିହାସ ଲକ୍ଷ୍ୟରେ ୧୪୦ କେଜି ଓଜନର ବୋଲରଙ୍କୁ ଖେଳାଇଲା ଓ୍ବେଷ୍ଟଇଣ୍ଡିଜ

ମାଞ୍ଚେଷ୍ଟର, ୨୪।୭: ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ନିର୍ଣ୍ଣାୟକ ୩ୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ମ୍ୟାଚ୍‌କୁ ଓ୍ବେଷ୍ଟଇଣ୍ଡିଜ ଓ ୨ୟ ଟେଷ୍ଟକୁ ଘରୋଇ ଦଳ ଜିତିଥିବାରୁ ୩ ମ୍ୟାଚ୍‌ବିଶିଷ୍ଟ ସିରିଜ ବର୍ତ୍ତମାନ ୧-୧ସ୍ଥିତିରେ ବରାବର୍‌ ରହିଛି। ତେଣୁ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ହୋଲ୍ଡରଙ୍କ ନିକଟରେ ସିିରିଜ୍‌ କବ୍‌ଜା କରିବାର ଏକ ସୁବର୍ଣ୍ଣ ସୁଯୋଗ ରହିଛି। ଯଦି ଓ୍ବେଷ୍ଟଇଣ୍ଡିଜ ଏହି ମ୍ୟାଚ୍‌ ଜିତିନିଏ ତେବେ ଦୀର୍ଘ ୩୨ ବର୍ଷର ବ୍ୟବଧାନ ପରେ ଇଂଲଣ୍ଡ ମାଟିରେ ଟେଷ୍ଟ ସିରିଜ ଜିତି ଇତିହାସ ରଚିବ। ଶେଷଥର ପାଇଁ ଓ୍ବେଷ୍ଟଇଣ୍ଡିଜ ୧୯୮୮ରେ ଇଂଲଣ୍ଡକୁ ଘରୋଇ ପରିବେଶରେ ଟେଷ୍ଟ ସିରିଜରେ ହରାଇଥିଲା। ଏହି ମ୍ୟାଚ୍‌ ଜିତିବା ଲାଗି ଓ୍ବେଷ୍ଟଇଣ୍ଡିଜ କିଛି ସ୍ବତନ୍ତ୍ର ରଣନୀତି ସହ ପଡ଼ିଆକୁ ଓହ୍ଲାଇଛି। ଶେଷ ମୁହୂର୍ତ୍ତରେ ଅଧିନାୟକ ହୋଲ୍ଡର ଅଫ୍‌ସ୍ପିନର ତଥା ୧୪୦ କିଲୋ ଓଜନ ବିଶିଷ୍ଟ ରାଖିମ କର୍ନଓ୍ବାଲ୍‌ଙ୍କୁ ଦଳରେ ସାମିଲ କରିଛନ୍ତି। ଅଲ୍‌ଜାରୀ ଜୋସେଫ୍‌ଙ୍କ ସ୍ଥାନରେ କର୍ନଓ୍ବାଲ୍‌ଙ୍କୁ ଦଳରେ ନିଆଯାଇଥିବା ଜଣାପଡ଼ିଛି। ଡାହାଣହାତୀ ଅଫ୍‌ସ୍ପିନର କର୍ନଓ୍ବାଲ ଗତ ବର୍ଷ ଭାରତ ବିପକ୍ଷରେ ଖେଳି ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ଅନ୍ତର୍ଜତୀୟ କ୍ରିକେଟ୍‌ରେ ସେ ବର୍ତ୍ତମାନ ସବୁଠାରୁ ଅଧିକ ଓଜନ ଖେଳାଳିର ମାନ୍ୟତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri