Posted inଖେଳ

ଆଇସୋଲେଶନ ନିୟମ ଭାଙ୍ଗି ଓ୍ବେଷ୍ଟଇଣ୍ଡିଜ ଖେଳାଳି ଦଣ୍ଡିତ

ଓ୍ବେଲିଂଟନ,୧୨।୧୧: ୧୪ ଦିନିଆ କ୍ୱାରାଣ୍ଟାଇନ୍‌ ନିୟମ ଭାଙ୍ଗିଥିବାରୁ ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟରମାନଙ୍କୁ ଦଣ୍ଡତ କରାଯାଇଛି। ଖେଳାଳିମାନଙ୍କୁ ଏଥିପାଇଁ ଟ୍ରେନିଂ ନେବାରୁ ବଞ୍ଚିତ କରାଯାଇଛି। ନ୍ୟୁଜିଲାଣ୍ଡ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏ ନେଇ ସୂଚନା ଦେଇଛି। ଖେଳାଳିମାନେ ଆଇସୋଲେଶନ ନିୟମ ଭାଙ୍ଗି ଖ୍ରୀଷ୍ଟଚର୍ଚ୍ଚସ୍ଥିତ ଟିମ୍‌ ହୋଟେଲରେ ମିଶି ଖାଦ୍ୟ ବାଣ୍ଟି ଖାଇଥିଲେ। ସିସିଟିଭି ଫୁଟେଜରୁ ଏହା ସ୍ପଷ୍ଟ ଭାବେ ଜଣାପଡୁଛି ବୋଲି ମନ୍ତ୍ରଣାଳୟ ତରଫରୁ କୁହାଯାଇଛି। ଏହି ଘଟଣା ହୋଟେଲରେ ଘଟିଥିବାରୁ ସର୍ବସାଧାରଣଙ୍କ ପାଇଁ କୌଣସି ବିପଦ ନାହିଁ ବୋଲି ସ୍ପଷ୍ଟ କରାଯାଇଛି।
କୋଭିଡ୍‌-୧୯ ନିୟମ ଅନୁସାରେ ଓ୍ବେଷ୍ଟଇଣ୍ଡିଜ ଦଳ ୧୪ ଦିନିଆ ଆଇସୋଲେଶନରୁ ୧୨ ଦିନ କାଟି ସାରିଥିଲେ। ତେଣୁ ନିୟମ ଭାଙ୍ଗିଥିବାରୁ ଖେଳାଳିମାନେ ଏବେ ପୂରା ଆଇସୋଲେଶନ ଅବଧି ଶେଷ ନ ହେବା ଯାଏ ଟ୍ରେନିଂରେ ଅଂଶଗ୍ରହଣ କରିପାରିବେ ନାହିଁ। ଯଦି ପୁଣି ଏଭଳି କିଛି ଘଟଣା ଘଟେ ତା’ହେଲେ ଆଇସୋଲେଶନ ପିରିୟଡକୁ ଆହୁରି ବୃଦ୍ଧି କରାଯିବ ବୋଲି ମନ୍ତ୍ରଣାଳୟ ତରଫରୁ କୁହାଯାଇଛି। ଖେଳାଳିମାନେ ଜାଣିଶୁଣି ନିୟମ ଭାଙ୍ଗିବା ଦୁର୍ଭାଗ୍ୟଜନକ ବୋଲି ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଜୋନୀ ଗ୍ରେଭ୍‌ କହିଛନ୍ତି। କୋଭିଡ୍‌-୧୯କୁ ନିୟନ୍ତ୍ରଣ କରିବାରେ ନ୍ୟୁଜିଲାଣ୍ଡ ଦୃଷ୍ଟାନ୍ତମୂଳକ କାର୍ଯ୍ୟ କରିଛି। ତେଣୁ ଖେଳାଳିଙ୍କ ଏଭଳି ଆଚରଣ ଗ୍ରହଣୀୟ ନୁହେଁ ବୋଲି ସେ ସ୍ପଷ୍ଟ କରିଛନ୍ତି।
ନ୍ୟୁଜିଲାଣ୍ଡ ଗସ୍ତରେ ଓ୍ବେଷ୍ଟଇଣ୍ଡିଜ ୩ଟି ଟି୨୦, ୨ଟି ଟେଷ୍ଟ ମ୍ୟାଚ୍‌ ଖେଳିବ। ନ୍ୟୁଜିଲାଣ୍ଡ ଗସ୍ତରେ ଯିବା ପୂର୍ବରୁ ଅଧିକାଂଶ ଓ୍ବେଷ୍ଟଇଣ୍ଡିଜ ଖେଳାଳି ବିଭିନ୍ନ ଘରୋଇ ଟି୨୦ ଲିଗ୍‌ ଖେଳି ଏକାଠି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri