Posted inଖେଳ

ଓ୍ବେଷ୍ଟଇଣ୍ଡିଜର ଦ୍ୱିତୀୟ ବିଜୟ

ନର୍ଥ ପଏଣ୍ଟ, ୧୪ା୩ (ଏପି)-ସ୍ଥାନୀୟ ସାର୍‌ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ଅନୁଷ୍ଠିତ ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ ୫ ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଅଗ୍ରଣୀ ସହ ଆଗୁଆ ସିରିଜ କବ୍‌ଜା କରିନେଇଛି। ଏଭିନ ଲିଓ୍ବିସ ଓ ଶାଇ ହୋପ୍‌ଙ୍କ ମଧ୍ୟରେ ଓପନିଂ ପାର୍ଟନରଶିପ୍‌ରେ ୧୯୨ ରନ ସଂଗ୍ରହ ଏବଂ ଇନିଂସର ଶେଷ ପର୍ଯ୍ୟାୟରେ ନିକୋଲାସଙ୍କ ଚମତ୍କାର ବ୍ୟାଟିଂ ଯୋଗୁ ଘରୋଇ ଦଳ ମ୍ୟାଚ ଜିତିପାରିଥିଲା। ଲିଓ୍ବିସ ୧୦୩ ଏବଂ ହୋପ୍‌ ୮୪ ରନ କରି ଓ୍ବେଷ୍ଟଇଣ୍ଡିଜର ମୂଳଦୁଆ ସୁଦୃଢ କରିଥିଲେ। ଯାହାଫଳରେ ଦଳ ଦୁଇଟି ବଲ୍‌ ବାକିଥାଇ ୫ ଉଇକେଟ ବିନିମୟରେ ଶ୍ରୀଲଙ୍କାର ୨୭୩/୮ ସ୍କୋରକୁ ଅତିକ୍ରମ କରିବାରେ ସଫଳ ରହିଥିଲା।
୪୬ତମ ଓଭରରେ ଅଧିନାୟକ କିରନ ପୋଲାର୍ଡ ଆଉଟ ହେବାପରେ ଘରୋଇ ଦଳ ଏକଦା ୨୩୩/୪ ସ୍କୋରରେ ଚାପରେ ରହିଥିଲା। କିନ୍ତୁ ୩୮ ବଲ୍‌ରୁ ୩୫ରନ କରି ଅପରାଜିତ ରହିଥିବା ପୁରାନ ତାଙ୍କ ଦଳକୁ ଶେଷ ଓଭରକୁ ନେଇଥିଲେ। ଅନ୍ତର୍ଜାତୀୟ ଦିନିକିଆରେ ଶ୍ରୀଲଙ୍କା ବିପକ୍ଷରେ ଓ୍ବେଷ୍ଟଇଣ୍ଡିଜର ଏହା ସର୍ବୋଚ୍ଚ ରନ୍‌ ଚେଜ୍‌ ଥିଲା। ପୂର୍ବରୁ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ବିନିମୟରେ ୨୭୩ ରନ କରିଥିଲା। ଟପ୍‌ ସ୍କୋରର ଓପନର ଦାନୁଷ୍କା ଗୁଣତିଳକା ୯୬, ଉଇକେଟକିପର ଦିନେଶ ଚାଣ୍ଡିମଲ ୭୧ ଓ ଓ୍ବାନିଣ୍ଡୁ ହସରଙ୍ଗା ୪୭ ରନ କରିଥିଲେ। ଓ୍ବେଷ୍ଟଇଣ୍ଡିଜର ଜାସନ ମହମ୍ମଦ ୩, ଅଲଜାରୀ ଯୋଶେଫ୍‌ ୨ଉଇକେଟ ନେଇଥିବା ବେଳେ ଜାସନ ହୋଲ୍ଡର ଓ ଆକିଲ ହୋସେନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ଇନିଂସ: ୫୦ ଓଭରରେ ୨୭୩/୮ (ଗୁଣତିଳକା-୯୬, ଚାଣ୍ଡିମଲ-୭୧, ହସରଙ୍ଗା-୪୭; ଜାସନ ମହମ୍ମଦ-୩/୪୭, ଅଲ୍‌ଜାରି ଯୋଶେଫ୍‌-୨/୪୨)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri