Posted inଖେଳ

ଭାରତ ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ଓ୍ବେଷ୍ଟଇଣ୍ଡିଜ୍‌ ଦଳ ଘୋଷଣା

ନୂଆଦିଲ୍ଲୀ,୨୫।୭:ଟେଷ୍ଟ ସିରିଜ ପରେ ବର୍ତ୍ତମାନ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ଏହି ସିରିଜ୍‌ ପାଇଁ ଓ୍ବେଷ୍ଟଇଣ୍ଡିଜ୍‌ ୧୫ ଜଣିଆ ଦଳ ଘୋଷଣା କରିଛି। ଭାରତୀୟ କ୍ରିକେଟ ବୋର୍ଡ ଦିନିକିଆ ସିରିଜ ପାଇଁ ନିଜ ଦଳ ଘୋଷଣା କରିସାରିଛି।
ଭାରତ ବିପକ୍ଷ ଦିନିକିଆ ସିରିଜ ପାଇଁ କିଛି ଖେଳାଳି ୱେଷ୍ଟଇଣ୍ଡିଜ ଦଳକୁ ଫେରିଥିବାବେଳେ କିଛି ବରିଷ୍ଠ ଖେଳାଳିଙ୍କୁ ଦଳରୁ ବାଦ୍‌ ଦିଆଯାଇଛି। ନିକୋଲାସ ପୁରନ ଏବଂ ଜେସନ ହୋଲ୍ଡରଙ୍କ ଭଳି ଖେଳାଳି ଦଳରେ ସ୍ଥାନ ପାଇ ନାହାଁନ୍ତି। ଆଇପିଏଲ ୨୦୨୩ରେ ଭଲ ପ୍ରଦର୍ଶନ କରିଥିବା ଶିମ୍ରନ ହେଟମିୟର ଦଳକୁ ଫେରିଛନ୍ତି।
ଉଇକେଟ କିପର ଶାଇ ହୋପ ଭାରତ ବିପକ୍ଷ ଦିନିକିଆ ସିରିଜରେ ୱେଷ୍ଟଇଣ୍ଡିଜ ଦଳର ଅଧିନାୟକ ହେବେ। ଏଥି ସହିତ ରୋଭମନ ପାଓ୍ବେଲଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରାଯାଇଛି। ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦିନିକିଆ ସିରିଜ୍‌ ୨୭ ଜୁଲାଇରୁ ଆରମ୍ଭ ହେବ।
ଦିନିକଆ ସିରିଜ ପାଇଁ ୱେଷ୍ଟଇଣ୍ଡିଜ ଦଳ – ଶାଇ ହୋପ (ଅଧିନାୟକ), ରୋଭମନ ପାଓ୍ବେଲ (ଉପ-ଅଧିନାୟକ), ଆଲିକ ଆଥାନାଜେ, ୟାନିକ କାରିଆ, କେସି କାର୍ଟି, ଡୋମିନିକ ଡ୍ରେକ୍ସ, ଶିମ୍ରନ ହେଟମିୟର, ଅଲଜାରୀ ଜୋସେଫ, ବ୍ରାଣ୍ଡାନ କିଙ୍ଗ, କାଇଲ ମାୟର୍ସ, ଗୁଡାକେଶ ମୋତି, ଜାଡେନ ସିଲ୍ସ, ଓସେନେ ଥୋମାସ, ରୋମାରିଓ ଶେଫର୍ଡ ଏବଂ କେଭିନ ସିଙ୍କକ୍ଲେଙ୍‌ୟାର୍‌।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?