Posted inଖେଳ

ଓ୍ବେଷ୍ଟଇଣ୍ଡିଜ୍‌ର ବୃହତ ବିଜୟ

ମୁମ୍ବାଇ,୨୩ା୨: ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ ଓ ପରେ ଗୁଦାକେଶ ମୋତିଙ୍କ ଜବରଦସ୍ତ ବୋଲିଂ ବଳରେ ଏଠାରେ ସୋମବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୧୦୭ ରନର ବଡ଼ ବ୍ୟବଧାନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ୍‌ ୬ ଉଇକେଟ ହରାଇ ୨୫୪ ରନ କରିଥିଲା, ଯାହାକି ଚଳିତ ସଂସ୍କରର ସର୍ବାଧିକ ଓ ଟୁର୍ନାମେଣ୍ଟ ଇତିହାସର ଦ୍ୱିତୀୟ ସର୍ବାଧିକ ସ୍କୋର ଥିଲା। ଏହି ମ୍ୟାଚ୍‌ରେ ଦୁଇ ଦଳର ବ୍ୟାଟରମାନେ ୩୧ ଛକା ମାରିଥିଲେ। ଏହା ଟି୨୦ ବିଶ୍ୱକପ୍‌ ଇତିହାସରେ ସର୍ବାଧିକ।
ପାଇ ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୨୫୪ ରନ କରିଥିଲା। ଏହା ଓ୍ବେଷ୍ଟଇଣ୍ଡିଜ୍‌ ପାଇଁ ଟି୨୦ ବିଶ୍ୱକପ୍‌ ଇତିହାସରେ ସର୍ବାଧିକ ଦଳଗତ ସ୍କୋର। ଜବାବରେ ଜିମ୍ବାଓ୍ବେ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୭.୪ ଓଭରରେ ୧୪୭ ରନ କରି ଅଲଆଉଟ୍‌ ହୋଇଯାଇଥିଲା। ବ୍ରାଡ ଇଭାନ୍ସ ୨୦ ବଲରେ ୪୩ (୨ ଚୌକା ଓ ୫ ଛକା), ଡିଅନ ମେୟର୍ସ ୨୮ (୩ ଚୌକା ଓ ୨ ଛକା) ଓ ଅଧିନାୟକ ସିକନ୍ଦର ରଜା ୨୭ (୨ ଲେଖାଏ ଚୌକା ଓ ଛକା) ରନ କରିଥିଲେ। ଓ୍ବେଷ୍ଟଇଣ୍ଡିଜ୍‌ ପକ୍ଷରୁ ଗୁଦାକେଶ ମୋତି ୪, ଅକିଲ ହୋସେନ ୩ ଓ ମାଥ୍ୟୁ ଫୋର୍ଡ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରେ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଯାଉଥିଲେ ୭ଜଣ

ରାଞ୍ଚି,୨୩।୨: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ବିର୍ସାମୁଣ୍ଡା ବିମାନବନ୍ଦରରୁ ଉଡ଼ାଣ ଭରୁଥିବା ଏକ ଏୟାର ଆମ୍ବୁଲାନ୍ସ ବିମାନ ସୋମବାର ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଡ଼ାଣ ଭରିବାର କିଛି ସମୟ…

ଖୋଲିଲା ହରିଶଙ୍କର ମନ୍ଦିର ହୁଣ୍ଡି

ଖପ୍ରାଖୋଲ, ୨୩।୨(ଅଭୟ ତ୍ରିପାଠୀ)-ବଲାଙ୍ଗୀର ଜିଲା ଖପ୍ରାଖୋଲର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ମନ୍ଦିରର ଦାନ ହୁଣ୍ଡି ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ଖୋଲାଯାଇଛି। ମନ୍ଦିର ମଧ୍ୟରେ ଥିବା…

ବ୍ରାହ୍ମଣୀଗାଁ ଶ୍ରୀ ଶ୍ରୀ ମୁକ୍ତେଶର ମହାରୁଦ୍ରଙ୍କ ପ୍ରତିଷ୍ଠା ମହାସମାରୋହ ଉଦ୍‌ଯାପିତ : ମନ୍ଦିର ପ୍ରବେଶ, ରତ୍ନମୁଦ କାର୍ଯ୍ୟ ସମ୍ପନ୍ନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୩ ।୨(ଅରୁଣ ସାହୁ/ମନୋରଞ୍ଜନ ରଣା ):ନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା…

କୋକସରା-ଚିଲିଗୁଡା ରାସ୍ତାରେ ଟ୍ରକ୍‌ ପିଟିଲା ବାଇକ୍‌କୁ

କୋକସରା,୨୩।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥରେ କୋକସରା-ଚିଲିଗୁଡା ରାସ୍ତାରେ ସାମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ପାଇପ ବୋଝେଇ ଟ୍ରକ ଧକ୍କା ଦେବା ଫଳରେ…

ହେଟମେୟର, ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ: ଜିମ୍ବାଓ୍ବେ ଆଗରେ ୨୫୫ ରନ୍‌ର ବିଶାଳ ଟାର୍ଗେଟ୍‌

ମୁମ୍ବାଇ,୨୩ା୨- ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଜିମ୍ବାଓ୍ବେ ଓ ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ…

ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ଶୁଭ୍ରାଙ୍କ ପଦ ରଦ୍ଦ ମାମଲାରେ କାଉନସିଲରଙ୍କ ବିଜୟ: ଶ୍ରମିତା

ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ହୋଇ ବାଲଟ ବାକ୍ସରେ କଏଦ…

ଆମ୍ବୁଲାନ୍ସ ନେଲା ଆରଏମ୍‌ସି କର୍ମଚାରୀଙ୍କ ଜୀବନ

ବିଷମକଟକ/ଗୁଣପୁର ୨୩।୨(ପ୍ରସନ୍ନ କୁମାର ପଣ୍ଡା/ ସଂକେତ ପାତ୍ର): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁମାର ଢାମୁଣୀ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ଆରଏମ୍‌ସି କର୍ମଚାରୀଙ୍କ…

ନର୍ଦ୍ଦମା ପାଲଟିଛି ଓଡ୍ରି ସାପ୍ତାହିକ ବଜାର: ପିଣ୍ଡି ଥାଇ ବି କାଦୁଅରେ ବ୍ୟବସାୟ

ଥୁଆମୂଳରାମପୁର, ୨୩।୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡ୍ରି ଗ୍ରାମପଞ୍ଚାୟତ ସଦର ମହକୁମାରେ ପ୍ରତି ଶୁକ୍ରବାର ବସୁଥିବା ସାପ୍ତାହିକ ବଜାର ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri