Posted inଜାତୀୟ

ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ: କେରଳରେ ହାଇଆଲର୍ଟ

କୋଝିକୋଡ୍‌,୮ା୫:କେରଳରେ ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ ଖେଳାଇଛି। ଏହି ଜ୍ୱରରେ ମାଲାପ୍ପୁରମ୍‌, କୋଝିକୋଡ୍‌ ଏବଂ ଥ୍ରିଶୁର ଜିଲାର ୧୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ଏହି ରୋଗରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ତେବେ ସେମାନଙ୍କ ମୃତ୍ୟୁ ଓ୍ବେଷ୍ଟ ନାଇଲ୍‌ ଭୂତାଣୁ ସଂକ୍ରମଣରୁ ହୋଇଛି କି ନାହିଁ, ଏନେଇ ସରକାରୀ ଭାବେ କିଛି କୁହାଯାଇ ନାହିଁ। ଖବର ଜଣାପଡ଼ିବା ପରେ କେରଳ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷ ହାଇଆଲର୍ଟ ଜାରି କରିଛନ୍ତି। ସଂକ୍ରମଣକୁ କାବୁ କରିବା ଲାଗି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ ମଶା ନିୟନ୍ତ୍ରଣ ଏବଂ ସେମାନଙ୍କ ବଂଶବୃଦ୍ଧି ରୋକିବା ଉପରେ ଗୁରୁତ୍ୱ ଦେଇଛନ୍ତି। ମୌସୁମୀ ପୂର୍ବରୁ ସଂକ୍ରମଣ ବଢ଼ୁଥିବାରୁ ସମ୍ପୃକ୍ତ ରାଜ୍ୟରେ କେତେକ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହିତ ଲୋକଙ୍କ ମଧ୍ୟରେ ଉକ୍ତ ରୋଗକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ମଶାବଂଶ ବୃଦ୍ଧି ରୋକିବାକୁ ପରିବେଶ ଓ ନାଳ ନର୍ଦ୍ଦମା ଆଦି ସଫା କରାଯିବା ସହ ବିଭିନ୍ନ ସ୍ଥାନରୁ ମଶାଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଉଛି।
ସଂକ୍ରମିତ କୁଲେକ୍ସ ମଶା କାମୁଡ଼ିବା ଦ୍ୱାରା ଭୂତାଣୁ ମଣିଷ ଶରୀରକୁ ଆସି ଓ୍ବେଷ୍ଟ ନାଇଲ୍‌ ଜ୍ୱର ହୋଇଥାଏ। ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ପିଲାମାନଙ୍କୁ ଆକ୍ରାନ୍ତ କରୁଥିବାବେଳେ ଓ୍ବେଷ୍ଟ ନାଇଲ୍‌ ଫିଭର ପ୍ରାୟତଃ ବୟସ୍କଙ୍କୁ ସଂକ୍ରମିତ ହୋଇଥାଏ। ଏହି ରୋଗରେ ମୁଣ୍ଡବିନ୍ଧା, ଜ୍ୱର ହେବା, ଗୋଡ଼ହାତ ବିନ୍ଧା, ମୁଣ୍ଡ ବୁଲାଇବା ଆଦି ଲକ୍ଷଣ ଦେଖାଯାଇଥାଏ। ରୋଗ ଗୁରୁତର ହେଲେ ସ୍ନାୟବିକ କ୍ଷତି ହେବା ସହ ମୃତ୍ୟୁ ମଧ୍ୟ ଘଟିପାରେ। ୧୯୩୭ରେ ଉଗାଣ୍ଡାରେ ପ୍ରଥମେ ଏହି ରୋଗ ଚିହ୍ନଟ ହୋଇଥିଲା। ୨୦୧୧ରୁ କେରଳରେ କାଁଭାଁ ଏହି ରୋଗ ବ୍ୟାପୁଥିବା ଦେଖାଯାଇଛି। ଏହି ରୋଗର ପ୍ରତିକାର ପାଇଁ ଏପର୍ଯ୍ୟନ୍ତ ଟିକା ବାହାରି ନାହିଁ। ତେଣୁ ଲକ୍ଷଣକୁ ପ୍ରାଥମିକ ଫୋକସ୍‌ କରାଯାଇ ଚିକିତ୍ସା କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri