Odisha Elections 2024
Posted inଜାତୀୟ

ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ: କେରଳରେ ହାଇଆଲର୍ଟ

କୋଝିକୋଡ୍‌,୮ା୫:କେରଳରେ ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ ଖେଳାଇଛି। ଏହି ଜ୍ୱରରେ ମାଲାପ୍ପୁରମ୍‌, କୋଝିକୋଡ୍‌ ଏବଂ ଥ୍ରିଶୁର ଜିଲାର ୧୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ଏହି ରୋଗରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ତେବେ ସେମାନଙ୍କ ମୃତ୍ୟୁ ଓ୍ବେଷ୍ଟ ନାଇଲ୍‌ ଭୂତାଣୁ ସଂକ୍ରମଣରୁ ହୋଇଛି କି ନାହିଁ, ଏନେଇ ସରକାରୀ ଭାବେ କିଛି କୁହାଯାଇ ନାହିଁ। ଖବର ଜଣାପଡ଼ିବା ପରେ କେରଳ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷ ହାଇଆଲର୍ଟ ଜାରି କରିଛନ୍ତି। ସଂକ୍ରମଣକୁ କାବୁ କରିବା ଲାଗି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ ମଶା ନିୟନ୍ତ୍ରଣ ଏବଂ ସେମାନଙ୍କ ବଂଶବୃଦ୍ଧି ରୋକିବା ଉପରେ ଗୁରୁତ୍ୱ ଦେଇଛନ୍ତି। ମୌସୁମୀ ପୂର୍ବରୁ ସଂକ୍ରମଣ ବଢ଼ୁଥିବାରୁ ସମ୍ପୃକ୍ତ ରାଜ୍ୟରେ କେତେକ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହିତ ଲୋକଙ୍କ ମଧ୍ୟରେ ଉକ୍ତ ରୋଗକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ମଶାବଂଶ ବୃଦ୍ଧି ରୋକିବାକୁ ପରିବେଶ ଓ ନାଳ ନର୍ଦ୍ଦମା ଆଦି ସଫା କରାଯିବା ସହ ବିଭିନ୍ନ ସ୍ଥାନରୁ ମଶାଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଉଛି।
ସଂକ୍ରମିତ କୁଲେକ୍ସ ମଶା କାମୁଡ଼ିବା ଦ୍ୱାରା ଭୂତାଣୁ ମଣିଷ ଶରୀରକୁ ଆସି ଓ୍ବେଷ୍ଟ ନାଇଲ୍‌ ଜ୍ୱର ହୋଇଥାଏ। ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ପିଲାମାନଙ୍କୁ ଆକ୍ରାନ୍ତ କରୁଥିବାବେଳେ ଓ୍ବେଷ୍ଟ ନାଇଲ୍‌ ଫିଭର ପ୍ରାୟତଃ ବୟସ୍କଙ୍କୁ ସଂକ୍ରମିତ ହୋଇଥାଏ। ଏହି ରୋଗରେ ମୁଣ୍ଡବିନ୍ଧା, ଜ୍ୱର ହେବା, ଗୋଡ଼ହାତ ବିନ୍ଧା, ମୁଣ୍ଡ ବୁଲାଇବା ଆଦି ଲକ୍ଷଣ ଦେଖାଯାଇଥାଏ। ରୋଗ ଗୁରୁତର ହେଲେ ସ୍ନାୟବିକ କ୍ଷତି ହେବା ସହ ମୃତ୍ୟୁ ମଧ୍ୟ ଘଟିପାରେ। ୧୯୩୭ରେ ଉଗାଣ୍ଡାରେ ପ୍ରଥମେ ଏହି ରୋଗ ଚିହ୍ନଟ ହୋଇଥିଲା। ୨୦୧୧ରୁ କେରଳରେ କାଁଭାଁ ଏହି ରୋଗ ବ୍ୟାପୁଥିବା ଦେଖାଯାଇଛି। ଏହି ରୋଗର ପ୍ରତିକାର ପାଇଁ ଏପର୍ଯ୍ୟନ୍ତ ଟିକା ବାହାରି ନାହିଁ। ତେଣୁ ଲକ୍ଷଣକୁ ପ୍ରାଥମିକ ଫୋକସ୍‌ କରାଯାଇ ଚିକିତ୍ସା କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ...

ନୂଆ ଆପରାଧିକ ଆଇନ ବିରୋଧରେ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୫: ତିନୋଟି ନୂତନ ଆପରାଧିକ ଆଇନ ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ସୋମବାର ସୁପ୍ରିମକୋର୍ଟ ଏହି ପିଟିସନର ଶୁଣାଣି କରିବେ। ନୂତନ ଆପରାଧିକ...

ଫାରୁକ ଅବଦୁଲ୍ଲାଙ୍କ ରାଲିରେ ଛୁରାମାଡ, ୨ କର୍ମୀ ଆହତ

ଜମ୍ମୁ,୧୯।୫: ରବିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲାର ମେହେନ୍ଦରରେ ଏକ ନିର୍ବାଚନ ରାଲିରେ ଅଜ୍ଞାତ ବ୍ୟକ୍ତିଙ୍କ ଛୁରାମାଡରେ ତିନିଜଣ ନ୍ୟାଶନାଲ କନଫରେନ୍ସ (ଏନସି) କର୍ମୀ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri