ପଶ୍ଚିମାଝଡ଼ ପ୍ରଭାବ: ୪ ଘରର ଉଡ଼ିଗଲା ଛପର

ପଟ୍ଟାଙ୍ଗି,୧୯।୩(ଡି.ଏନ୍‌.ଏ.): ପଶ୍ଚିମାଝଡ଼ ପ୍ରଭାବ କୋରାପୁଟ ଜିଲାରେ ଅନୁଭୂତ ହୋଇଛି। ଗତ ୪ଦିନ ଧରି ପାଗ ମେଘୁଆ ରହୁଥିବା ସହ ବିଭିନ୍ନ ସ୍ଥାନରେ ପବନ, ଘଡ଼ଘଡ଼ି ସହ ବର୍ଷା ହୋଇଛି। ବର୍ଷା ଓ ପବନ ପ୍ରଭାବରେ ଜିଲାର ଅନେକ ସ୍ଥାନରେ ଘର ଭାଙ୍ଗିଛି। ଏପରିସ୍ଥଳେ ଜିଲାର ପଟ୍ଟାଙ୍ଗି ବ୍ଲକ ସମେତ ବିଭିନ୍ନ ଗ୍ରାମରେ ତା’ର ପ୍ରଭାବ ଦେଖିବାକୁ ମିଳିଛି। ଗତ ଦୁଇ ଦିନ ଧରି ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ପଡ଼ିବା ସହିତ ବ୍ଲକର କିଛି ସ୍ଥାନରେ ପ୍ରବଳ ବେଗରେ ପବନ ମଧ୍ୟ ବୋହିଥିଲା। ଏଥିରେ ଚନ୍ଦକା ପଞ୍ଚାୟତର ତଳଖରା ଢାବା ଗ୍ରାମରେ ୪ଟି ପରିବାର ଯଥା ବିଶୁ ମାରି, ସାଙ୍ଗୁ ମାରି, ସମିର ମାରି ଏବଂ ସାନୁ ମାରି ପ୍ରମୁଖଙ୍କର ଘରର ଛପର ସମ୍ପୂର୍ଣ୍ଣ ଉଡ଼ିଯିବା ଫଳରେ ସମସ୍ତ ଆସବାବପତ୍ର ନଷ୍ଟ ହୋଇ ଯାଇଛି। ଖବର ପାଇ ତହସିଲଦାର ଦେବେନ୍ଦ୍ର ବାହାଦୁର ସିଂ ଧାରୁଆ, ଜିଲା ପରିଷଦ ସଭ୍ୟ ଲଇଚନ ଖରା, ରାଜସ୍ବ ନିରୀକ୍ଷକ ପ୍ରମୋଦ କୁମାର ବେହେରା, ପିଇଓ ଦାମୋଦର ଦିଶାରୀ ପ୍ରମୁଖ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିବା ସହ କ୍ଷତିଗ୍ରସ୍ତ ପରିବାରଙ୍କୁ ୧୦ କିଲୋ ଚାଉଳ ଓ ପଲିଥିନ ଯୋଗାଇଛନ୍ତି। ଅନ୍ୟପକ୍ଷରେ ଉକ୍ତ ପରିବାରଙ୍କୁ ସରକାରଙ୍କ ନିୟମାନୁଯାୟୀ ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ତହସିଲଦାର ଧାରୁଆ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri