Posted inରାଜ୍ୟ

ଆସୁଛି ପଶ୍ଚିମା ଝଡ଼, ଏହି ସବୁ ଜିଲାରେ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୧୬।୪: ରାଜ୍ୟକୁ ପୁଣି ଫେରିଛି ତାତି। ଏହି ସ୍ଥିତି ଆଗକୁ ମଧ୍ୟ ଜାରି ରହିବ। ସେଥିପାଇଁ ପାଣିପାଗ ବିଭାଗ ଆସନ୍ତା ୫ ଦିନ ପାଇଁ ପ୍ରବଳ ଖରାକୁ ନେଇ ବିଭିନ୍ନ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ତେବେ ଆଶ୍ୱସ୍ତିର ଖବର ଏହା ଯେ, ୨୦ ତାରିଖ ବେଳକୁ ପାଗରେ ସାମନ୍ୟ ପରିବର୍ତ୍ତନ ଆସିପାରେ। ସେହିଦିନ ରାଜ୍ୟର କିଛି ଅଞ୍ଚଳରେ ହାଲକା ବର୍ଷା ହୋଇପାରେ। ସେହିପରି ୨୧ ଓ ୨୨ ତାରିଖରେ ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି, ବର୍ତ୍ତମାନ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ଆଗାମୀ ତିନି ଦିନ ମଧ୍ୟରେ ଦିନର ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷ କରି ୧୮ ଓ ୧୯ ତାରିଖରେ ଖରା ପ୍ରକୋପ ଅଧିକ ରହିବ। କିଛି ଜିଲାରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ରେକର୍ଡ କରାଯିବାର ସମ୍ଭାବନା ରହିଛି।

ସୂଚନା ଅନୁଯାୟୀ, ୧୯ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ୨୦ ତାରିଖରେ ଦକ୍ଷିଣ ଓ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି। ତେଣୁ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୨୧ ଓ ୨୨ରେ ଏକ ନିମ୍ନ ଚାପରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଗଡ଼ଇ ସହିତ ବର୍ଷା ହେବାର ସମ୍ଭାବନା ରହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍‌ଆଇ

ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍‌ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା…

‘ମୁଁ ବାବା ବାଗେଶ୍ୱର ନୁହେଁ…’: କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (IIT) ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି…

ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି…

ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ…

ଜିଲା ଯୋଜନା ବୋର୍ଡ ସଦସ୍ୟ ହେଲେ ମହେନ୍ଦ୍ର ରଣା: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା:୮/୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋନ ୧ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣାଙ୍କୁ ଜିଲା ଯୋଜନା ବୋର୍ଡର ସଦସ୍ୟ ଭାବେ ମନୋନୀତ କରାଯାଇଛି।…

ମୋଦିଙ୍କୁ ଭେଟି ଏତେବଡ଼ କଥା କହିଦେଲେ ରାଘବ ଚଢା, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୮।୮: ରାଜ୍ୟ ସଭା ଏମପି ରାଘବ ଚଢା ଶନିବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ବୈଠକ ପରେ, ଚଢା ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ…

ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଉଦ୍ଧାର

ବାରିପଦା,୮।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ବନଖଣ୍ଡ ଅଧୀନ ଉପରବାରାହାକାମୁଡା (ୟୁବିକେ) ରେଞ୍ଜ ଅନ୍ତର୍ଗତ ଜଟିଆନୀ କ୍ୟାମ୍ପ ନିକଟରେ (କୋର କ୍ଷେତ୍ର) ପ୍ରାୟ…

ଉଚ୍ଚଶିକ୍ଷାର ଆଲୋକବର୍ତ୍ତିକା ବାୟାବାବା କଲେଜ, ୧୯ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ ଆଜି…

ମହାକାଳପଡ଼ା, ୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦର ମହକୁମାସ୍ଥିତ ବାୟା ବାବା କଲେଜରେ ୪୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…

‘ହେଲୋ ଅଙ୍କଲ ଅମରିନ୍ଦର…’: ରାହୁଲଙ୍କ ବୟାନ ପଞ୍ଜାବ ରାଜନୀତିକୁ କରିଛି ଉଷ୍ମ; ଜବାବ ଦେଲେ କ୍ୟାପଟେନ

ଚଣ୍ଡିଗଡ଼,୮।୮: ଦିଲ୍ଲୀରେ ଆୟୋଜିତ ‘ଜେନ-ଜେଡ ସମ୍ବାଦ’ କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ତାଙ୍କ ପସନ୍ଦର ଭାଜପା ନେତାମାନଙ୍କ ମଧ୍ୟରେ କ୍ୟାପଟେନ ଅମରିନ୍ଦର ସିଂହଙ୍କ ନାମ ନେଇ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri