ପାଶ୍ଚାତ୍ୟ ଦେଶ କରୁଛନ୍ତି ସାଇବର ଆକ୍ରମଣ…

ମସ୍କୋ, ୨୧।୫ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି ଯେ ୟୁକ୍ରେନ ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ତାଙ୍କ ଦେଶ ପାଶ୍ଚାତ୍ୟ ଦେଶରୁ ସାଇବର ଆକ୍ରମଣର ସମ୍ମୁଖୀନ ହେଉଛି। ଏହି ଆକ୍ରମଣ ସଫଳତାର ସହ ରୋକାଯାଉଛି ବୋଲି ସେ କହିଛନ୍ତି। ପୁଟିନ ରୁଷିଆର ସୁରକ୍ଷା ପରିଷଦକୁ କହିଛନ୍ତି ଯେ ଏହି ଅଞ୍ଚଳରେ ଚ୍ୟାଲେଞ୍ଜ (ସାଇବର) ଅଧିକ ଜଟିଳ, ଗମ୍ଭୀର ଏବଂ ବ୍ୟାପକ ହୋଇଛି।

ରୁଷିଆ ବିରୋଧରେ ସୂଚନା କ୍ଷେତ୍ର ଉପରେ ଆକ୍ରମଣ କରାଯାଉଛି। ଦେଶର ସୁରକ୍ଷା କ୍ଷମତା ପାଇଁ ଆର୍ଥିକ-ସାମାଜିକ ବିକାଶ ଏବଂ ସ୍ଥିରତା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି ସେ ସୂଚନା ଅଧିକାରୀମାନଙ୍କୁ ପରାମର୍ଶ ନେଦଇଛନ୍ତି।

ଏଥି ସହିତ, ରୁଷିଆର ପ୍ରତିରକ୍ଷା ମନ୍ତ୍ରୀ ଶର୍ଗେଇ ଶୋଇଗୁ ଦାବି କରିଛନ୍ତି ଯେ ୟୁକ୍ରେନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧରେ ରୁଷିଆକୁ ସଫଳତା ମିଳିଛି। ୧୯୦୮ ୟୁକ୍ରେନ ସୈନିକ ମାରିଅପୋଲର ଆଜୋଭଷ୍ଟାଲ ଷ୍ଟିଲ ପ୍ଲାଣ୍ଟରେ ଆତ୍ମସମର୍ପଣ କରିଛନ୍ତି। ଖୁବ ଶୀଘ୍ର ରୁଷିଆ ଏହି କାରଖାନାକୁ ଦଖଲ କରିବ ବୋଲି ସେ ଦାବି କରିଛନ୍ତି। ପ୍ଲାଣ୍ଟ ଭିତରେ ଆଉ କିଛି ସୈନିକ ଥାଇପାରନ୍ତି, ଆମେ ସେମାନଙ୍କୁ ଆତ୍ମସମର୍ପଣ କରିବାର ସୁଯୋଗ ଦେଉଛୁ ବୋଲି ସେ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri