ବଳାତ୍କାର ବୃଦ୍ଧି ପାଇଁ ପାଶ୍ଚାତ୍ୟ ସଂସ୍କୃତି ଦାୟୀ: ଇମ୍ରାନ

ଇସଲାମାବାଦ, ୮ା୪: ଦିନକୁ ଦିନ ବଳାତ୍କାର ମାମଲା ବୃଦ୍ଧି ପାଇଁ ଅଶ୍ଳୀଳତା, ପାଶ୍ଚାତ୍ୟ ସଂସ୍କୃତି ଦାୟୀ ବୋଲି କହି ବିବାଦରେ ଫସିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ଫୋନ୍‌ ଇନ୍‌ କାର୍ଯ୍ୟକ୍ରମରେ ଦେଶବାସୀଙ୍କ ସହ କଥାବାର୍ତ୍ତାବେଳେ ବଳାତ୍କାର ବଢ଼ିବା ପଛର କାରଣ ସମ୍ପର୍କରେ ପଚରାଯାଇଥିବା ପ୍ରଶ୍ନର ଉତ୍ତର ରଖି ଇମ୍ରାନ କହିଥିଲେ, ପାଶ୍ଚାତ୍ୟ ସଂସ୍କୃତିକୁ ଆପଣାଇବା ଯୋଗୁ ବଳାତ୍କାର ମାମଲା ବଢ଼ୁଛି। କ୍ରିକେଟ ଖେଳୁଥିବା ସମୟରେ ବ୍ରିଟେନ ଗସ୍ତବେଳେ ସେଠାରେ ଏଭଳି ସଂସ୍କୃତିର ବହୁଳ ବ୍ୟବହାର ହେଉଥିବା ଦେଖିବାକୁ ପାଇଥିଲେ। ଏଥିଯୋଗୁ ସେଠାରେ ମହିଳା ନିର୍ଯାତନା, ଛାଡ଼ପତ୍ର ଭଳି ମାମଲା ବୃଦ୍ଧି ପାଉଛି ବୋଲି ଇମ୍ରାନ କହିଛନ୍ତି। ଦିଲ୍ଲୀରେ ମଧ୍ୟ ଏହି କାରଣରୁ ବଳାତ୍କାର ବଢ଼ିଚାଲିଥିବା ସେ କହିଛନ୍ତିି। ଏପରି ମନ୍ତବ୍ୟ ଦେଇ ପାକ୍‌ ପ୍ରଧାନମନ୍ତ୍ରୀ ପରୋକ୍ଷରେ ପୀଡ଼ିତାଙ୍କୁ ବଳାତ୍କାର ପାଇଁ ସେ ଦାୟୀ କରୁଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର, ବୋରିଗୁମ୍ମାରେ ରେକର୍ଡ…

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

ବିହାରରୁ ବଡ଼ ଖବର; ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର, PK ଖେଳିବେ…

ପାଟନା,୫ା୭: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri