ପଶ୍ଚିମା ଝଡ଼ ପ୍ରଭାବ: ଦୁଇଦିନ ପରେ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୧୭ା୧(ବନ୍ଦନା ସେଠୀ): ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଆହୁରି ୨୪ ଘଣ୍ଟା ପ୍ରବଳ ଶୀତ ଲହରି ଜାରି ରହିବ। ଏଥିପାଇଁ ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ପଶ୍ଚିମା ଝଡ଼ ପ୍ରଭାବରେ ଦୁଇଦିନ ପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଫଳରେ ଶୀତ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଗତ ୨୪ଘଣ୍ଟାରେ ରାଜ୍ୟର ୧୩ଟି ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨.୬ ଡିଗ୍ରୀ ରେକର୍ଡ କରାଯାଇଥିଲା। ଏହାତଳକୁ ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୪.୬ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡ଼ାରେ ପଞ୍ଚମଥର ଲାଗି ୭୩ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି ଶୀତ। ଏଠାରେ ଜାନୁଆରୀ ୬ରେ ସର୍ବନିମ୍ନ ତାପମାତ୍ରା ୫.୧ ଡିଗ୍ରୀ ରହିଥିଲାବେଳେ ୭ରେ ୫.୪ ଡିଗ୍ରୀ, ୯ରେ ୪.୬ ଡିଗ୍ରୀ, ୧୦ରେ ୪.୫ ଡିଗ୍ରୀ ଏବଂ ୧୬ ତାରିଖରେ ୫ ଡିଗ୍ରୀ ତାପମାତ୍ରା ରହିଥିଲା। ସେହିପରି ଫୁଲବାଣୀରେ ୬.୧ ଡିଗ୍ରୀ, କେନ୍ଦୁଝର ୭.୬ ଡିଗ୍ରୀ, ସୁନ୍ଦରଗଡ଼ ୭.୬ ଡିଗ୍ରୀ, ଅନୁଗୋଳ ୮.୪ ଡିଗ୍ରୀ, ବାରିପଦା ୮.୬ ଡିଗ୍ରୀ, ଢେଙ୍କାନାଳ ୮.୭ ଡିଗ୍ରୀ, ଦାରିଙ୍ଗବାଡି ୯ ଡିଗ୍ରୀ, କୋରାପୁଟ ୯.୫ ଡିଗ୍ରୀ ଏବଂ ଭବାନୀପାଟଣାରେ ସର୍ବନିମ୍ନ ତାପମାତ୍ରା ୯.୮ ଡିଗ୍ରୀ ରହିଥିଲା। ସେହିପରି ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱରରେ ପୁଣି ୧୦ ଡିଗ୍ରୀ ତଳକୁ ଖସିଥିଲା ତାପମାତ୍ରା। କଟକରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରହିଥିବାବେଳେ ଭୁବନେଶ୍ୱରରେ ୧୦.୫ ଡିଗ୍ରୀକୁ ଖସି ଆସିଥିଲା ପାରଦ। ତେବେ ଶନିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ବୌଦ୍ଧ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କନ୍ଧମାଳ ଜିଲାକୁ ପ୍ରବଳ ଥଣ୍ଡା ନେଇ ସତର୍କ କରାଯାଇଛି। ଏଥିସହ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, କଟକ, ବାଲେଶ୍ୱର, କଳାହାଣ୍ଡି, ସୁନ୍ଦରଗଡ଼, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର ଏବଂ କନ୍ଧମାଳ ଜିଲାକୁ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଦେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ସୁନାଥାଳିରେ ଖାଇବେ! ୨୯ରୁ ୩୧ ଭିତରେ ଧନୀ ହେବେ ୩ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

କିଏ ହେବେ ମୁମ୍ବାଇର ପରବର୍ତ୍ତି ମେୟର? ରେସରେ ରହିଛି ଏହିମାନଙ୍କ ନାମ

ମୁମ୍ବାଇ,୧୭।୧: ମୁମ୍ବାଇ ନଗର ନିଗମ ନିର୍ବାଚନରେ ଭାଜପା ଏକକ ବୃହତ୍ତମ ଦଳ ଭାବରେ ଉଭା ହୋଇଛି, ମୁମ୍ବାଇରେ ଶିବସେନାର ପ୍ରାୟ ତିନି ଦଶନ୍ଧି ଧରି ରହିଥିବା...

ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ...

କଳିଯୁଗରେ ରାହୁଙ୍କ ରାଜ୍‌, ୪ରାଶିଙ୍କୁ ମିଳିବ ଜବରଦସ୍ତ ଲାଭ…

ପ୍ରାଚୀନ ଶାସ୍ତ୍ରଗୁଡ଼ିକରେ ମୋଟ ଚାରୋଟି ଯୁଗର ଉଲ୍ଲେଖ ଅଛି, ଯେଉଁଥିରୁ ଗୋଟିଏ ହେଉଛି କଳିଯୁଗ (କଳିଯୁଗ)। ସତ୍ୟ ଯୁଗ, ତ୍ରେତୟା ଯୁଗ ଏବଂ ଦ୍ୱାପର ଯୁଗ...

ମୁମ୍ବାଇ ଟିମକୁ ବଡ଼ ଝଟକା, ହଠାତ ରଣଜୀ ଟ୍ରଫିରୁ ଓହରିଗଲେ ଅଜିଙ୍କ୍ୟ ରାହାଣେ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୧: ମୁମ୍ବାଇର ଅଭିଜ୍ଞ ବ୍ୟାଟସମ୍ୟାନ ଅଜିଙ୍କ୍ୟ ରାହାଣେ ରଣଜୀ ଟ୍ରଫିରେ ଖେଳିବେ ନାହିଁ। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (ଏମସିଏ)କୁ ସୂଚନା ଦେଇଛନ୍ତି ଯେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri