ପଶ୍ଚିମା ଝଡ଼ ପ୍ରଭାବ: ଦୁଇଦିନ ପରେ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୧୭ା୧(ବନ୍ଦନା ସେଠୀ): ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଆହୁରି ୨୪ ଘଣ୍ଟା ପ୍ରବଳ ଶୀତ ଲହରି ଜାରି ରହିବ। ଏଥିପାଇଁ ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ପଶ୍ଚିମା ଝଡ଼ ପ୍ରଭାବରେ ଦୁଇଦିନ ପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଫଳରେ ଶୀତ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଗତ ୨୪ଘଣ୍ଟାରେ ରାଜ୍ୟର ୧୩ଟି ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨.୬ ଡିଗ୍ରୀ ରେକର୍ଡ କରାଯାଇଥିଲା। ଏହାତଳକୁ ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୪.୬ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡ଼ାରେ ପଞ୍ଚମଥର ଲାଗି ୭୩ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି ଶୀତ। ଏଠାରେ ଜାନୁଆରୀ ୬ରେ ସର୍ବନିମ୍ନ ତାପମାତ୍ରା ୫.୧ ଡିଗ୍ରୀ ରହିଥିଲାବେଳେ ୭ରେ ୫.୪ ଡିଗ୍ରୀ, ୯ରେ ୪.୬ ଡିଗ୍ରୀ, ୧୦ରେ ୪.୫ ଡିଗ୍ରୀ ଏବଂ ୧୬ ତାରିଖରେ ୫ ଡିଗ୍ରୀ ତାପମାତ୍ରା ରହିଥିଲା। ସେହିପରି ଫୁଲବାଣୀରେ ୬.୧ ଡିଗ୍ରୀ, କେନ୍ଦୁଝର ୭.୬ ଡିଗ୍ରୀ, ସୁନ୍ଦରଗଡ଼ ୭.୬ ଡିଗ୍ରୀ, ଅନୁଗୋଳ ୮.୪ ଡିଗ୍ରୀ, ବାରିପଦା ୮.୬ ଡିଗ୍ରୀ, ଢେଙ୍କାନାଳ ୮.୭ ଡିଗ୍ରୀ, ଦାରିଙ୍ଗବାଡି ୯ ଡିଗ୍ରୀ, କୋରାପୁଟ ୯.୫ ଡିଗ୍ରୀ ଏବଂ ଭବାନୀପାଟଣାରେ ସର୍ବନିମ୍ନ ତାପମାତ୍ରା ୯.୮ ଡିଗ୍ରୀ ରହିଥିଲା। ସେହିପରି ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱରରେ ପୁଣି ୧୦ ଡିଗ୍ରୀ ତଳକୁ ଖସିଥିଲା ତାପମାତ୍ରା। କଟକରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରହିଥିବାବେଳେ ଭୁବନେଶ୍ୱରରେ ୧୦.୫ ଡିଗ୍ରୀକୁ ଖସି ଆସିଥିଲା ପାରଦ। ତେବେ ଶନିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ବୌଦ୍ଧ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କନ୍ଧମାଳ ଜିଲାକୁ ପ୍ରବଳ ଥଣ୍ଡା ନେଇ ସତର୍କ କରାଯାଇଛି। ଏଥିସହ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, କଟକ, ବାଲେଶ୍ୱର, କଳାହାଣ୍ଡି, ସୁନ୍ଦରଗଡ଼, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର ଏବଂ କନ୍ଧମାଳ ଜିଲାକୁ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଦେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri