୬ ଫୁଟ୍‌ ବରଫରେ ପୋତିହେଲା ପଶ୍ଚିମ ନ୍ୟୁୟର୍କ

ନ୍ୟୁୟର୍କ,୨୧।୧୧ : ଆମେରିକାର ପଶ୍ଚିମ ନ୍ୟୁୟର୍କରେ ଶନିବାର ପ୍ରବଳ ତୁଷାରପାତ ଜାରି ରହିବାରୁ କେତେକ ଅଞ୍ଚଳ ୬ଫୁଟ୍‌ ବରଫ ତଳେ ପୋତିହୋଇଯାଇଛି। ଫଳରେ ଯାନବାହାନ ଚଳାଚଳ ବନ୍ଦ ରହିବା ସହ ବଫାଲୋ ଅଞ୍ଚଳରେ ଅନେକ ବିମାନ ଚଳାଚଳ ବାତିଲ ହୋଇଛି।

ତୁଷାରପାତରେ ହୃଦ୍‌ଘାତ ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା କାଉଣ୍ଟି ଅଧିକାରୀ କହିଛନ୍ତି। ତୁଷାର ଝଡ଼ରୁ ୨୮୦ ଜଣଙ୍କୁ ଉଦ୍ଧାର କରିବା ଆବଶ୍ୟକ ପଡ଼ିଥିଲା ବୋଲି ନ୍ୟୁୟର୍କ ଗଭର୍ନର କାଥି ହୋଚୁଲ୍‌ କହିଛନ୍ତି। ଉଦ୍ଧାର କାର୍ଯ୍ୟରେ କର୍ମଚାରୀମାନେ ନିୟୋଜିତ ହୋଇଛନ୍ତି। ତୁଷାର ଝଡ଼ ସମୟରେ ଅନେକ ହାଇଓ୍ବେକୁ ବନ୍ଦ କରିଦିଆଯିବା ସହ ଲୋକମାନଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଥିଲା। ଫଳରେ ଝଡ଼ଜନିତ ଦୁର୍ଘଟଣା ରୋକାଯାଇପାରିଛି ବୋଲି ଗଭର୍ନର କହିଛନ୍ତି।

ଜାତୀୟ ପାଣିପାଗ ସେବା ବିଭାଗ ସୂଚନା ଅନୁଯାୟୀ ଅର୍ଚାର୍ଡ ପାର୍କରେ ୭୭ ଇଞ୍ଚ ବହଳର ବରଫ ପଡ଼ିଥିବାବେଳେ ଓ୍ବାଟରଟାଉନ ନିକଟରେ ଥିବା ନାଚୁରାଲ ବ୍ରିଜ୍‌ ଅଞ୍ଚଳରେ ୭୨.୩ ଇଞ୍ଚ ବରଫ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri