କରୋନା ଛଡ଼ାଇ ନେଇଛି ଜୀବିକା: ସହାୟତା ଦାବି କଲା ପଶ୍ଚିମ ଓଡ଼ିଶା ଧନୁଯାତ୍ରା କଳାକାର ସଂଘ

ବରଗଡ଼ ଅଫିସ,୧୭।୧୧- କରୋନା କଟକଣା ଯୋଗୁ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଦୀର୍ଘ ୮ମାସ ହେଲା, ପରିବାର ପୋଷଣ ସେମାନଙ୍କ ପକ୍ଷରେ କଷ୍ଟସାଧ୍ୟ ହୋଇ ପଡିଛି। ଫଳରେ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କୁ ସହାୟତା ପ୍ରଦାନ କରିବାକୁ ପଶ୍ଚିମ ଓଡ଼ିଶା ଧନୁଯାତ୍ରା କଳାକାର ସଂଘ ଦାବି କରିଛି। ଏହି କ୍ରମରେ ମଙ୍ଗଳବାର ସଂଘର ନେତୃତ୍ୱରେ ବହୁସଂଖ୍ୟକ କଳାକାର ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳ ଅଫିସକୁ ଯାଇଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଥିଲେ। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ର୍ମିଧା ଟପ୍ପୋ ସ୍ମାରକପତ୍ର ଗ୍ରହଣ କରିଥିଲେ। ମୁକ୍ତ ରଙ୍ଗମଞ୍ଚ ଖୋଲିବା ପାଇଁ ଅନୁମତି, ସମସ୍ତ କଳାକାରଙ୍କୁ ଭତ୍ତା ପ୍ରଦାନ, ମାସିକ କଳାକାର ଭତ୍ତାକୁ ୩ହଜାର ଟଙ୍କାକୁ ବୃଦ୍ଧି, ବିଜୁ ପକ୍କାଘର ଯୋଜନାରେ ଘର ଯୋଗାଇବା, ଋଣ ପ୍ରଦାନ ଆଦି ଦାବି କରାଯାଇଛି। ସଂଘର ସଭାପତି ଦୟାନିଧି ପ୍ରଧାନ, ଜଗଦାନନ୍ଦ ମିଶ୍ର, ସୁଶିଲ ମେହେର, ଚୈତନ୍ୟ ପାଇକ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri