Posted inଜାତୀୟ

ଜେଟ୍‌ ଏୟାରଓ୍ବେଜର କର୍ମଚାରୀଙ୍କୁ ଆମେରିକାରୁ ମିଳୁଛି ଅଫର୍‌

ନୂଆଦିଲ୍ଲୀ,୨୫।୪: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଜେଟ୍‌ ଏୟାରଓ୍ବେଜ୍‌ କିଛିଦିନ ତଳେ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି। ଫଳରେ ଏଥିରେ କାର୍ଯ୍ୟରତ ଥିବା ଶହ ଶହ କର୍ମଚାରୀ ସେମାନଙ୍କ ରୋଜଗାର ହରାଇଛନ୍ତି। ହେଲେ ଏମାନଙ୍କ ମଧ୍ୟରୁ କେତେଜଣ କର୍ମଚାରୀଙ୍କୁ ଅନ୍ୟ କମ୍ପାନୀ ଚାକିରିର ଅଫର ଦେଇଥିବା ବେଳେ ଆଉ କେତେଜଣ ଏବେବି ବେକାର ହୋଇ ବସିଛନ୍ତି। ଏହି ସମୟରେ ଆମେରିକାର ଓ୍ବିଓ୍ବର୍କ କମ୍ପାନୀ ଏମାନଙ୍କ ପାଇଁ ନୂଆ ଆଶା ଆଣିଛି। କମ୍ପାନୀ ତରଫରୁ କମ୍ୟୁନିଟି ମ୍ୟାନେଜମେଣ୍ଟ ଓ ସେଲସ୍‌ ପାଇଁ ଆବେଦନ କରିବାକୁ କୁହାଯାଇଛି। ଯେଉଁଥିରେ ଜେଟ୍‌ ଏୟାରଓ୍ବେଜର କର୍ମଚାରୀଙ୍କୁ ଅଗ୍ରାଧିକାର ଦିଆଯିବ ବୋଲି ମଧ୍ୟ ଓ୍ବିଓ୍ବର୍କ ଘୋଷଣା କରିଛି। ଏଥିରେ ଆବେଦନ କରିବା ପାଇଁ କେବଳ ଜେଟ୍‌ ଏୟାରଓ୍ବେଜର କର୍ମଚାରୀଙ୍କ ପାଇଁ ଏକ ସ୍ବତନ୍ତ୍ର ଇମେଲ ଆଇଡି ଖୋଲାଯାଇଛି। ଯେଉଁଥିରେ ସେମାନେ ଆବେଦନ କରିପାରିବେ। ଓ୍ବିଓ୍ବର୍କ କହିଛି ଯେଉଁଠିବି ଚାକିରି ପାଇଁ ଖାଲିସ୍ଥାନ ଥିବା ସେ କ୍ଷେତ୍ର୍ରରେ ପ୍ରଥମେ ଜେଟ୍‌ ଏୟାରଓ୍ବେଜର କର୍ମଚାରୀଙ୍କ କଥା ପ୍ରଥମେ ବିଚାରକୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?