Posted inଖେଳ

ଅଗଷ୍ଟ ୧୨ରେ କୁସ୍ତି ମହାସଂଘ ନିର୍ବାଚନ

ନୂଆଦିଲ୍ଲୀ,୨୧।୭: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌)ର ନିର୍ବାଚନ ଅଗଷ୍ଟ ୧୨ରେ ହେବ ବୋଲି ଶୁକ୍ରବାର ଘୋଷଣା କରାଯାଇଛି। କିନ୍ତୁ ମହାରାଷ୍ଟ୍ର ନିର୍ବାଚନ ପ୍ରକ୍ରିୟାରେ ସାମିଲ ହୋଇପାରିବ ନାହିଁ ବୋଲି ରିଟର୍ନିଂ ଅଫିସର ଜଷ୍ଟିସ ଏମ୍‌.ଏମ୍‌ କୁମାର ସ୍ପଷ୍ଟ କରିଛନ୍ତି।

ଆଡହକ୍‌ ପ୍ୟାନେଲ ଜୁଲାଇ ୬ରେ ନିର୍ବାଚନ ତାରିଖ ଧାର୍ଯ୍ୟ କରିଥିଲା। ମାତ୍ର ଅଯୋଗ୍ୟ ଘୋଷିତ ମହାରାଷ୍ଟ୍ର, ହରିୟାଣା, ତେଲେଙ୍ଗାନା, ରାଜସ୍ଥାନ ଓ ହିମାଚଳ ପ୍ରଦେଶ ଆଦି ରାଜ୍ୟ ଆସୋସିଏଶନଗୁଡ଼ିକ ଏକ ଶୁଣାଣି ପାଇଁ ନିବେଦନ କରିଥିଲେ। ଯୁକ୍ତିଯୁକ୍ତ କାରଣ ନ ଥାଇ ସେମାନଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଥିବା ଦର୍ଶାଇଥିଲା। ଫଳତଃ ନିର୍ବାଚନ ଜୁଲାଇ ୧୧କୁ ଘୁଞ୍ଚାଇ ଦିଆଯାଇଥିଲା। ପ୍ୟାନେଲ ରାଜ୍ୟ ପରିଷଦଗୁଡ଼ିକର ପ୍ରତିନିଧିଙ୍କ କଥା ଶୁଣିଥିଲେ। ମାତ୍ର ଗୁଆହାଟୀ ହାଇକୋର୍ଟଙ୍କ ରହିତାଦେଶ ଯୋଗୁ ଜୁଲାଇ ୧୧ରେ ନିର୍ବାଚନ ହୋଇପାରି ନ ଥିଲା।

ଆସାମ ରେସଲିଂ ଆସୋସିଏଶନ ନିର୍ବାଚନ ପ୍ରକ୍ରିୟାରେ ସାମିଲ ହେବା ପାଇଁ ନିଜର ଅଧିକାର ସାବ୍ୟସ୍ତ କରିବାକୁ ଯାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ମାତ୍ର ଗୁଆହାଟୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ କରି ସୁପ୍ରିମକୋର୍ଟ ନିର୍ବାଚନ ପାଇଁ ପଥ ପରିଷ୍କାର କରିଦେଇଥିଲେ। ବର୍ତ୍ତମାନ ୨୪ ରାଜ୍ୟ ଆସୋସିଏଶନ ସମେତ ୪୮ ସଦସ୍ୟ ବିଶିଷ୍ଟ ଇଲେକ୍ଟୋରାଲ କଲେଜର ଭୋଟିଂ ଅଧିକାର ପାଇବେ। ପଦବୀଗୁଡ଼ିକ ପାଇଁ ପ୍ରାର୍ଥୀପତ୍ର ଦାଖଲ ଅଗଷ୍ଟ ୧ରେ ହେବ। ପାର୍ଥୀପତ୍ର ଯାଞ୍ଚ ପରେ ପ୍ରାର୍ଥୀ ତାଲିକା ଅଗଷ୍ଟ ୭ରେ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri