Posted inଖେଳ

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ ଦର୍ଶାଅ ନୋଟିସ ଜାରି କରିଛି।

ୟୁଡବ୍ଲ୍ୟୁଡବ୍ଲ୍ୟୁ ଆଣ୍ଟି-ଡୋପିଂ ନିୟମ ଅନୁଯାୟୀ, ଅବସରରୁ ପ୍ରତ୍ୟାବର୍ତ୍ତନ କରୁଥିବା ଆଥଲେଟ୍ସଙ୍କ ଲାଗି ନୋଟିସ ପିରିଅଡ୍‌ରେ ୬ ମାସ ରହିବା ବାଧ୍ୟତାମୂଳକ। କିନ୍ତୁ ଏହାକୁ ସମ୍ପୂର୍ଣ୍ଣ କରିପାରି ନ ଥିବାରୁ ଭିନେଶଙ୍କୁ ଆସନ୍ତା ଜୁନ ୨୬ ତାରିଖ ପର୍ଯ୍ୟନ୍ତ ଘରୋଇ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଅଯୋଗ୍ୟ ଘୋଷିତ କରାଯାଇଛି। ଏହାର ଅର୍ଥ ଦୁଇ ଥରର ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ମେଡାଲିଷ୍ଟଙ୍କୁ ମ୍ୟାଟ୍‌କୁ ଫେରିବା ଲାଗି ଅପେକ୍ଷା କରିବାକୁ ପଡ଼ିବ। ସେ ରବିବାରଠାରୁ ଗୋଣ୍ଡାରେ ହେବାକୁ ଥିବା ନ୍ୟାଶନାଲ ଓପନ ର଼୍ୟାଙ୍କିଙ୍ଗ୍‌ ଜରିଆରେ ପ୍ରତ୍ୟାବର୍ତ୍ତନ କରିବାକୁ ଟାର୍ଗେଟ ରଖିଥିଲେ।

ଡବ୍ଲ୍ୟୁଏଫ୍‌ଆଇ ସଭାପତି ସଞ୍ଜୟ ସିଂ କହିଛନ୍ତି, ଓ୍ବାଡା ନିୟମକୁ ଉଚିତ ଭାବେ ପାଳନ କରାଯାଉଛି କି ନାହିଁ, ଆମକୁ ଦେଖିବାକୁ ପଡ଼ିବ। ଅବସରରୁ ପ୍ରତ୍ୟାବର୍ତ୍ତନ କରିବା ପାଇଁ ସେ ଏପର୍ଯ୍ୟନ୍ତ ଆବଶ୍ୟକୀୟ ସର୍ତ୍ତ ପୂରଣ କରିନାହାନ୍ତି। ତାଙ୍କୁ ପୁଣି ଥରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ଯୋଗ୍ୟ ହେବା ପାଇଁ ବାଧ୍ୟତାମୂଳକ ୬ ମାସ ନୋଟିସ ସମୟସୀମା ଶେଷ କରିବାକୁ ପଡ଼ିବ।

 


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri