ଓଡ଼ିଶାକୁ ଡବ୍ଲ୍ୟୁଏଫ୍‌ପିର ପ୍ରଶଂସା

ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରୋମ୍‌ସ୍ଥିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍‌ପି) ମୁଖ୍ୟାଳୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଓଡ଼ିଶାରେ ଗରିବ, ମହିଳାଙ୍କ ଜୀବନଜୀବିକା, ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମକୁ କିଭଳି ସୁଦୃଢ଼ କରାଯାଇପାରିଛି, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୂଚନା ଦେବାସହ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାର ସଫଳତା ବଖାଣିଥିଲେ। ଓଡ଼ିଶା ସରକାରଙ୍କ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ସୁରକ୍ଷା, ଖାଦ୍ୟ ଉତ୍ପାଦନ କ୍ଷେତ୍ରରେ ହେଉଥିବା ରୂପାନ୍ତରୀକରଣକୁ ଡବ୍ଲ୍ୟୁଏଫ୍‌ପି ପକ୍ଷରୁ ଉଚ୍ଚ ପ୍ରଶଂସା କରାଯାଇଛି।
ଡବ୍ଲ୍ୟୁଏଫ୍‌ପି ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ଡେଭିଡ୍‌ ବିସ୍‌ଲେ ଏବଂ ତାଙ୍କ ଟିମ୍‌ ସଦସ୍ୟଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ଦେଇ କହିଲେ, ଗତ ଦୁଇଦଶନ୍ଧି ଧରି ଖାଦ୍ୟ ଉତ୍ପାଦନ, ଖାଦ୍ୟ ସୁରକ୍ଷା, ଜୀବନଜୀବିକା, ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶାର ରୂପାନ୍ତରୀକରଣ ଯାତ୍ରା ଜାରି ରହିଛି। ପର୍ଯ୍ୟାପ୍ତ ଖାଦ୍ୟ ଉତ୍ପାଦନ, ଜଳବାୟୁ ପରିବର୍ତ୍ତନ ପ୍ରତିକାର, ଜୀବନଜୀବିକା, ପୁଷ୍ଟିସାଧନ କ୍ଷେତ୍ରରେ ଅନେକ ବୃହତ୍‌ ବିକାଶମୂଳକ ଯୋଜନା ପ୍ରସ୍ତୁତ କରାଯାଇଛି। ଦୀର୍ଘମିଆଦୀ ବିକାଶ ଲକ୍ଷ୍ୟ ନେଇ ରାଜ୍ୟ ଆଗକୁ ବଢୁଛି। ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ଜରିଆରେ ସମଗ୍ର ବିଶ୍ୱକୁ ଆମର ଅଭିଜ୍ଞତା ବିଷୟରେ ଅବଗତ କରାଇବା ଅତ୍ୟନ୍ତ ଆନନ୍ଦଦାୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରି ବିସ୍‌ଲେ କହିଲେ, ଡବ୍ଲ୍ୟୁଏଫ୍‌ପି ସହଭାଗିତାରେ ଓଡ଼ିଶାରେ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି । ମହିଳାଙ୍କୁ ଆର୍ଥିକ ସୁଯୋଗ ଦେବା ଲାଗି
ଓଡ଼ିଶାକୁ ଡବ୍ଲ୍ୟୁଏଫ୍‌ପିର …
ଏକାଧିକ କାର୍ଯ୍ୟକ୍ରମ ଜାରି ରହିଛି। ଏ ନେଇ ମୁଖ୍ୟମନ୍ତ୍ରୀ ତାଙ୍କ ସହ ଭାବ ବିନିମୟ କରିଛନ୍ତି। ଓଡ଼ିଶାରେ ଜୀବନଜୀବିକା ଓ ଖାଦ୍ୟ ସୁରକ୍ଷାକୁ କିପରି ଅଧିକ ସୁଦୃଢ଼ କରାଯାଇ ପାରିବ, ତାହା ଆମର ଲକ୍ଷ୍ୟ। ଡବ୍ଲ୍ୟୁଏଫ୍‌ପି ସହଯୋଗରେ ଓଡ଼ିଶା ଶୂନ୍ୟ ଭୋକିଲା ଓ ଜାତିସଂଘର ଅନ୍ୟ ଦୀର୍ଘମିଆଦୀ ବିକାଶମୂଳକ ଲକ୍ଷ୍ୟ ହାସଲ କରିପାରିଛି। ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ସୁରକ୍ଷା ଓ ଖାଦ୍ୟ ଉତ୍ପାଦନ କ୍ଷେତ୍ରରେ ହେଉଥିବା ରୂପାନ୍ତରୀକରଣକୁ ବିସ୍‌ଲେ ସ୍ବୀକୃତି ଦେବା ସହ ପ୍ରଶଂସା କରିଛନ୍ତି। ଓଡ଼ିଶା ସଫଳତାର କାହାଣୀ ଅନ୍ୟ ଦେଶଗୁଡ଼ିକ ପାଇଁ ଶିକ୍ଷଣୀୟ ସୁଯୋଗ ଦେବ। ଡବ୍ଲ୍ୟୁଏଫ୍‌ପି ଏବଂ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଏକ ବିଶ୍ୱସ୍ତରୀୟ ତାଲିମ ପ୍ଲାଟଫର୍ମ ପ୍ରସ୍ତୁତ କରାଯିବ ବୋଲି ସେ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ଜାତିସଂଘର ଡବ୍ଲ୍ୟୁଏଫ୍‌ପି ଆସିଷ୍ଟାଣ୍ଟ୍‌ ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ଭେଲେରି ଏନ୍‌. ଗୁରନେରି, ମନୋଜ ଜୁନେଜା, କଣ୍ଟ୍ରି ଡାଇରେକ୍ଟର ବିଶ୍ୱ ପାରାଜୁଲି, ଡବ୍ଲ୍ୟୁଏଫ୍‌ପି ଓଡ଼ିଶା ମୁଖ୍ୟ ହିମାଂଶୁ ବଳ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସଚିବ ଭି.ଭି. ଯାଦବ, ଆବାସିକ କମିଶନର ରବିକାନ୍ତ ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ୨୦୨୧ରେ ଡବ୍ଲ୍ୟୁଏଫ୍‌ପି ଏବଂ ଓଡ଼ିଶା ସରକାର ୪ଟି ଚୁକ୍ତି ସ୍ବାକ୍ଷର କରିଥିବା ବେଳେ ୬ଟି ନୂତନ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri