Posted inଖେଳ

ଲଗାତର ୪ର୍ଥ ପରାଜୟ ପରେ ଏମିତି କହିଲେ ଜାଡେଜା

ମୁମ୍ବାଇ,୧୦।୪: ଆଇପିଏଲ୍‌ ୨୦୨୨ରେ ଚେନ୍ନାଇ ସୁପରକିଙ୍ଗ୍ସ ନିଜର ନେତୃତ୍ୱ ପରିବର୍ତ୍ତନ କରିଥିଲା। ଏହାପରଠାରୁ ଦଳ ଟୁର୍ନାମେଣ୍ଟରେ ଖରାପ ପ୍ରଦର୍ଶନ କରିଆସୁଛି। ବର୍ତ୍ତମାନ ଯାଏ ଦଳ ୪ ମ୍ୟାଚ୍‌ ଖେଳି ସବୁଥିରେ ପରାଜିତ ହୋଇଛି। ପୂର୍ବରୁ କେବେହେଲେ ଚେନ୍ନାଇ ଏଭଳି ପ୍ରଦର୍ଶନ କରି ନ ଥିବା ଯୋଗୁ ଅଧିନାୟକ ରବିନ୍ଦ୍ର ଜାଡେଜା ସମାଲୋଚିତ ହେଉଛନ୍ତି।
ଶନିବାର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୮ ଉଇକେଟରେ ପରାଜିତ ହୋଇଛି ଚେନ୍ନାଇ। ଦଳର ୪ର୍ଥ ହାର ପରେ ଜାଡେଜା କହିଛନ୍ତି, ଆମକୁ ବୋଲର୍‌ମାନେ ନିରାଶ କରିଥିଲେ। ବ୍ୟାଟିଂରେ ବି ଆମେ ୨୦-୨୫ ରନ୍‌ କମ୍‌ ସ୍କୋର କରିଥିଲୁ। ତେବେ ୧୫୫ ରନ୍‌ର ସ୍କୋର ଖରାପ ନ ଥିଲା। ବୋଲରମାନେ ଉଇକେଟ ନେବାକୁ ଚେଷ୍ଟା କରୁଥିଲେ। ହେଲେ ମ୍ୟାଚ୍‌ ଜିତିପାରି ନ ଥିଲୁ। ଗୋଟିଏ ଦିନ ପରେ ଆମକୁ ଆର୍‌ସିବି ବିପକ୍ଷରେ ମ୍ୟାଚ୍‌ ଖେଳିବାର ଅଛି। ଖେଳରେ ସୁଧାର ଆଣିବାକୁ ଆମେ ଚାହୁଁଛୁ। ସେଥିଲାଗି କେଉଁଠି ଭୁଲ ରହିଗଲା ସେ ବିଷୟରେ ଚର୍ଚ୍ଚା କରିବାକୁ ହେବ। ଆମେ ପ୍ରଫେସନାଲ କ୍ରିକେଟର ତେଣୁ ପୁଣି ଭଲ ପ୍ରଦର୍ଶନ କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri