ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କ’ଣ କହିଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର,୧୪।୨: ଭାଜପା ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବୁଧବାର ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଥିବା ବେଳେ ବିଜେଡି ଏହାକୁ ସମର୍ଥନ ଜଣାଇଛି।
ତେବେ ଏହା ଭିତରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ବିମାନ ବନ୍ଦରରେ ତାଙ୍କୁ ସ୍ବାଗତ ଜଣାଇବାକୁ ବହୁ ସଂଖ୍ୟାରେ ଭାଜପା କର୍ମୀ ଉପସ୍ଥିତ ଥିଲେ।
ତେବେ ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ରତିକ୍ରିୟା ଦେଇ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଭାଜପାର ସେ ଜଣେ ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା । ପ୍ରଧାନମନ୍ତ୍ରୀ ତାଙ୍କୁ ଆଉ ଥରେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ମୁଁ ତାଙ୍କୁ କୃତଜ୍ଞତା ଜଣାଉଛି ।