Budget 2026: ସାଧାରଣ ଜନତାଙ୍କୁ କ’ଣ ମିଳିଲା? ଚାଷୀ, ଯୁବପିଢ଼ି ଓ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ୨୦୨୬ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଏଥିରେ ନିଆଯାଇଛି। କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ପରିବହନ ଭଳି କ୍ଷେତ୍ରକୁ ଏଥିରେ ପ୍ରାଧାନ୍ୟ ଦିଆଯାଇଛି।

୧. ବଜେଟରେ ମତ୍ସ୍ୟଚାଷ, ପଶୁପାଳନ ପାଇଁ ପ୍ରୋତ୍ସାହନ ଦିଆଯାଇ କୃଷି ଭିତ୍ତିକ ଶିଳ୍ପ ମାଧ୍ୟମରେ ଗ୍ରାମାଞ୍ଚଳରେ ନିଯୁକ୍ତି ସୁଯୋଗ ବୃଦ୍ଧି କରାଯିବାକୁ ଲକ୍ଷ୍ୟ ରଖା ଯାଇଛି। ଚାଷୀଙ୍କୁ ବୈଷୟିକ ଜ୍ଞାନକୌଶଳ ସହ ଯୋଡ଼ିବା ପାଇଁ ଡିଜିଟାଲ କୃଷି ମିଶନକୁ ବ୍ୟାପକ କରାଯିବ, ଯାହାଦ୍ୱାରା ଅମଳ ଏବଂ ଆୟ ବୃଦ୍ଧି ହେବ।

୨. ଯୁବପିଢ଼ି ଓ ଶିକ୍ଷା: ପ୍ରତ୍ୟେକ ଜିଲାରେ ଗୋଟିଏ ଲେଖାଏଁ କନ୍ୟା ଛାତ୍ରୀନିବାସ ପ୍ରତିଷ୍ଠା କରାଯିବ, ଯାହା ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପାଇଁ ଉତ୍ସାହିତ କରିବ। ଦେଶରେ ନୂତନ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱବିଦ୍ୟାଳୟ ଟାଉନସିପ୍ ଗଠନ କରି ଦକ୍ଷତା ବିକାଶ ଉପରେ ଜୋର୍ ଦିଆଯିବ।

୩. ଛୋଟ ବ୍ୟବସାୟୀ (MSME): କ୍ଷୁଦ୍ର ଓ ମଧ୍ୟମ ବର୍ଗର ବ୍ୟବସାୟୀଙ୍କ ପାଇଁ ଋଣ ପ୍ରକ୍ରିୟାକୁ ସହଜ କରାଯାଇଛି। ସେମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ସରକାର ସ୍ୱତନ୍ତ୍ର ପ୍ୟାକେଜ୍ ଓ ସୁଧ ରିହାତିର ବ୍ୟବସ୍ଥା କରିଛନ୍ତି।

୪. ସ୍ୱାସ୍ଥ୍ୟସେବା: ଦେଶରେ ଅଧିକ ସଂଖ୍ୟକ ଡାକ୍ତରଖାନା ନିର୍ମାଣ ସହ ମାନସିକ ସ୍ୱାସ୍ଥ୍ୟ ପାଇଁ ସ୍ୱତନ୍ତ୍ର କେନ୍ଦ୍ର ଖୋଲାଯିବ। ସାଧାରଣ ଲୋକେ ଯେପରି ସହଜରେ ଓ ଶସ୍ତାରେ ଉନ୍ନତ ଚିକିତ୍ସା ପାଇପାରିବେ, ତାହା ନିଶ୍ଚିତ କରାଯାଇଛି।

୫. ଯୋଗାଯୋଗ: ସହରୀ ବିକାଶକୁ ଗତିଶୀଳ କରିବା ପାଇଁ ୭ଟି ନୂତନ ହାଇସ୍ପିଡ୍ ରେଳ କରିଡର ନିର୍ମାଣ ହେବ। ଏହାଦ୍ୱାରା ଦୂରତା କମିବା ସହ ବ୍ୟବସାୟିକ ଯୋଗାଯୋଗ ସହଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…

ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା…

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…

ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ…

ଆନ୍ତର୍ଜାତୀୟ ଯୋଗ ଦିବସରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସହ ଏଥର ଯୋଗ କରିବେ ମୋଦି, ଭାଗନେବେ ୩୫ ହଜାର ଲୋକ

କୋଲକାତା,୨୦।୬: କୋଲକାତାର ଐତିହାସିକ ରେଡ ରୋଡ – ଯେଉଁଠାରେ ‘ଦିଦି’ଙ୍କ ରାଜନୈତିକ କସରତ ଏବଂ ବାମପନ୍ଥୀ ବିରୋଧର ସାକ୍ଷୀ ରହିଛି, ଆସନ୍ତାକାଲି ସକାଳେ ‘କେଶର ଯୋଗ’ ରଙ୍ଗରେ…

ମୋଦିଙ୍କୁ ପ୍ରଶଂସା କଲେ ଶଶି ଥରୁର, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ଏମପି ଶଶି ଥରୁର, ଯିଏ ତାଙ୍କ ବେକାବୁ ଏବଂ ସ୍ପଷ୍ଟ ବୟାନ ପାଇଁ ଜଣାଶୁଣା, ପୁଣି ଥରେ ଏପରି କିଛି କରିଛନ୍ତି ଯାହା ଭାଜପାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri