Posted inଜାତୀୟ

‘ସମ୍ବିଧାନ ହତ୍ୟା ଦିବସକୁ ନେଇ କ’ଣ କହିଲା କଂଗ୍ରେସ?’, ଜାଣନ୍ତୁ ମୋଦି ସରକାରଙ୍କ ଘୋଷଣାକୁ ନେଇ ବିରୋଧୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୨।୭: ଏକ ବଡ ନିଷ୍ପତ୍ତି ନେଇ କେନ୍ଦ୍ର ସରକାର ଜୁନ ୨୫କୁ ସମ୍ବିଧାନ ହତ୍ୟା ଦିବସ ବୋଲି ଘୋଷଣା କରିଛନ୍ତି। ବର୍ତ୍ତମାନ ଏହାର ପ୍ରତିକ୍ରିୟାରେ କଂଗ୍ରେସ ସମେତ ବହୁ ବିରୋଧୀ ଦଳ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ ଟୁଇଟରରେ ପୋଷ୍ଟ କରିଛନ୍ତି ଯେ ଅଣ-ଜୈବିକ ବା ନନ-ବାୟୋଲଜିକାଲ ପ୍ରଧାନମନ୍ତ୍ରୀ ପୁଣି ଥରେ ହିପୋକ୍ରେସିରେ ପରିପୂର୍ଣ୍ଣ ହେଡଲାଇନ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି।

କଂଗ୍ରେସ ନେତା ଜୟରାମ ରମେଶ ଟୁଇଟରରେ ଲେଖିଛନ୍ତି, ‘ଭାରତର ଲୋକମାନଙ୍କ ପାଇଁ, ଜୁନ ୪, ୨୦୨୪, ଇତିହାସରେ ମୋଦି ମୁକ୍ତି ଦିବସ ନାମରେ ଜଣାଯିବ। ଏହି ଦିନ ମିଳିଥିବା ନିର୍ଣ୍ଣାୟକ ବ୍ୟକ୍ତିଗତ, ରାଜନୈତିକ ଏବଂ ନୈତିକ ପରାଜୟ ପୂର୍ବରୁ ସେ (ପିଏମ ମୋଦି) ଅଘୋଷିତ ଏମରଜେନ୍ସି ଘୋଷଣା କରିଥିଲେ। ଦଶ ବର୍ଷ ପାଇଁ। ଏହା ହେଉଛି ସେହି ଅଣ-ଜୈବିକ ପ୍ରଧାନମନ୍ତ୍ରୀ ଯିଏ ନିୟମିତ ଭାବରେ ଭାରତର ସମ୍ବିଧାନ ତଥା ଏହାର ନୀତି, ମୂଲ୍ୟବୋଧ ଏବଂ ଅନୁଷ୍ଠାନ ଉପରେ ସୁନିୟୋଜିତ ଢଙ୍ଗରେ ଆକ୍ରମଣ କରିଛନ୍ତି।
କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ ଆହୁରି ମଧ୍ୟ କହିଛନ୍ତି, ଏହା ହେଉଛି ସମାନ ନନ-ବାୟୋଲଜିକାଲ ପ୍ରଧାନମନ୍ତ୍ରୀ, ଯାହାର ଆଦର୍ଶ ପରିବାର ନଭେମ୍ବର ୧୯୪୯ରେ ଭାରତର ସମ୍ବିଧାନକୁ ପ୍ରତ୍ୟାଖ୍ୟାନ କରିଥିଲେ ଯେ ଏହା ମନୁସ୍ମୃତିଙ୍କ ଦ୍ୱାରା ଅନୁପ୍ରାଣିତ ହୋଇନଥିଲା। ଏ ହେଉଛନ୍ତି ସେହି ନନ-ବାୟୋଲଜିକାଲ ପ୍ରଧାନମନ୍ତ୍ରୀ ଯାହାଙ୍କ ପାଇଁ ଡେମୋକ୍ରେସିର ଅର୍ଥ କେବ ଡେମୋ-କୁର୍ସି।


Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri