Posted inଖେଳ

ଏ କ’ଣ କରିଦେଲେ ବିରାଟ କୋହଲି…ତାଙ୍କ ଆଗରେ ବଲିଉଡ୍‌ ଅଭିନେତା ଫେଲ୍‌

ନାଗପୁର,୪।୨: ବିରାଟ କୋହଲି କ୍ରିକେଟ ପଡ଼ିଆରେ ରନ ସଂଗ୍ରହ କରୁନାହାନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ଗତ ବର୍ଷ ତାଙ୍କ ପାଇଁ ଭଲ ଚାଲି ନ ଥିଲା ଏବଂ ଏବେ ରଣଜୀ ଟ୍ରଫିରେ ସେ ଦିଲ୍ଲୀ ପକ୍ଷରୁ ଖେଳୁଥିବା ବେଳେ ମାତ୍ର ୬ ରନ କରି ଆଉଟ ହୋଇଥିଲେ। ତାଙ୍କ ଫର୍ମରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲେ ମଧ୍ୟ ସମୟ କ୍ରମେ ତାଙ୍କ ଫିଟନେସ୍‌ରେ ଉନ୍ନତି ଘଟିଛି। ଏବେ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ କୋହଲି ଅଭ୍ୟାସ ସମୟରେ ନିଜର ଆବ୍ସ ଦେଖାଉଛନ୍ତି।
ବିରାଟ ନିଜର ଫିଟନେସ ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧ। ଭାଇରାଲ ହୋଇଥିବା ଏହି ଫଟୋରେ ବିରାଟଙ୍କ ଆବ୍ସ ଦେଖିବାକୁ ମିଳୁଛି । ଏପରିକି ଟାଇଗର ଶ୍ରଫ ଓ ହ୍ରିତିକ ରୋଶନଙ୍କ ଭଳି ଅତ୍ୟନ୍ତ ଫିଟ ବଲିଉଡ କଳାକାର ମାନେ ମଧ୍ୟ ତାଙ୍କ ଫିଟନେସ ତୁଳନାରେ ଫିକା ଦେଖାଯାଉଛନ୍ତି।
ଗତ ସୋମବାର ଭାରତୀୟ ଦଳର ଖେଳାଳିମାନେ ନାଗପୁରରେ ପହଞ୍ଚିଥିଲେ, ଯେଉଁଠାରେ ସେମାନେ ଫେବୃଆରୀ ୬ରେ ଇଂଲଣ୍ଡ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବାକୁ ଯାଉଛନ୍ତି। ବିରାଟ ୩୬ ବର୍ଷ ବୟସ ଅତିକ୍ରମ କରିଥିବାରୁ ପ୍ରଶଂସକମାନେ ତାଙ୍କ ଫିଟନେସ ବଜାୟ ରଖିବା ପାଇଁ ତାଙ୍କୁ ପ୍ରଶଂସା କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

ଗମ୍ଭୀରଙ୍କ ଅଦ୍ଭୁତ ଷ୍ଟ୍ରାଟେଜି: ଶେଷ ଓଭରରେ କଲେ ଏମିତି ମିଳିଲା ତୁରନ୍ତ ସଫଳତା

ଧର୍ମଶାଳା,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ଏକ ଅଦ୍ଭୁତ ରଣନୀତି...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ...

ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍‌

ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି।...

ବିସିସିଆଇର କଡ଼ା ନିର୍ଦ୍ଦେଶ: ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ୨ଟି ମ୍ୟାଚ୍ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ସମସ୍ତ ଜାତୀୟ ଦଳର ଖେଳାଳିଙ୍କ ପାଇଁ ଏକ କଡ଼ା ନିୟମ ଲାଗୁ କରିଛି। ଆସନ୍ତା ଡିସେମ୍ବର ୨୪ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri